ପୋଲିସ ଏସଆଇ ନିଯୁକ୍ତି ସ୍କାମ; ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର

Spread the love

ଜେଏମଜେ ବ୍ୟୁରୋ : ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ସ୍କାମ ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।ସୂଚନାଯୋଗ୍ୟ ଯେ, ଓଡିଶା ପୋଲିସ ସବ୍‌ ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା।

ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅନୁସନ୍ଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି।

ଏସବୁକୁ ଦୃଷ୍ଟିରେ ରଖି ଏହି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏବଂ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀ ମାନଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସିବିଆଇକୁ ଦେବା ପାଇଁ ନିର୍ଣ୍ଣୟ କରିଛନ୍ତି।

ଏହାଛଡା ପୋଲିସ ଏବଂ ଅନ୍ୟାନ୍ୟ ପୋଷାକଧାରୀ ସେବାରେ କର୍ମଚାରୀ ଚୟନ ପାଇଁ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଥିବା ଜଣାପଡ଼ିଛି।

  • jmjnewso

    Related Posts

    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    Spread the love

    Spread the loveଜେଏମଜେ ବ୍ୟୁରୋ : ଓଡ଼ିଶାରେ ସରିଛି ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ୍ଆଇଆର୍। ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବା ପରେ ନାଁ କଟିଥିବା ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି। ଦୁଇଟି ପର୍ୟ୍ୟାୟ ଏସଆଇଆରରେ…

    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଓଡ଼ିଶାରେ ବିଦ୍ୟୁତ ବିତରଣ ବ୍ୟବସ୍ଥା ସୁଧାରିବା ପାଇଁ ଟାଟା ପାୱାର କରିବ ୯୧୯୩ କୋଟି ଟଙ୍କାର ପୁଞ୍ଜିନିବେଶ। ଏନେଇ ଆଜି ଓଇଆରସିରେ ହୋଇଛି ଶୁଣାଣି। କିନ୍ତୁ ଏହି ପ୍ରସ୍ତାବକୁ ଉପଭୋକ୍ତା ମହାସଂଘ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    • By jmjnewso
    • September 22, 2026
    • 29 views
    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    • By jmjnewso
    • September 22, 2026
    • 16 views
    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    SIRକୁ ନେଇ ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    • By jmjnewso
    • September 22, 2026
    • 21 views
    SIRକୁ ନେଇ  ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    • By jmjnewso
    • September 22, 2026
    • 29 views
    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    • By jmjnewso
    • September 22, 2026
    • 26 views
    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

    • By jmjnewso
    • September 22, 2026
    • 18 views
    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ