ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଙ୍କ ନିର୍ଦେଶରେ ଦକ୍ଷିଣ ଓଡିଶା ର ଜିଲ୍ଲାକୁ ସତର୍କତା ଜାରି

Spread the love

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ। ଗୋଟିଏ ନୁହେଁ ଲଗାତାର ମାଡ଼ି ଆସୁଛି ୩ଟି ଲଘୁଚାପ। ଲଘୁଚାପ ନେଇ ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ଶରତ ସାହୁ। ଗୋଟିଏ ଲଘୁଚାପ ଆଜି ସୃଷ୍ଟି ହୋଇଛି, ଯାହାକି ଏବେ ସକ୍ରିୟ ରହିଛି। ୨୬ ବେଳକୁ ଦ୍ୱିତୀୟ, ୨୯ ବେଳକୁ ୩ୟ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଲଘୁଚାପ ତାମିଲନାଡୁ-ଆନ୍ଧ୍ରପ୍ରଦେଶ ମୁହାଁ ହେବା ସମ୍ଭାବନା ରହିଛି। ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ବେଶୀ ଘନୀଭୂତ ହୋଇ ନ ପାରେ। ତଥାପି ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହୋଇପାରେ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍‌ ରାଜ୍ୟରେ ସମ୍ଭାବ୍ୟ ବାତ୍ୟାର କୌଣସି ସୂଚନା ନାହିଁ। କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କାରଣରୁ ସାମୟିକ ଭାବେ ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଶେଷ କରି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ତଦନୁଯାୟୀ ଚାଷୀମାନଙ୍କୁ ପାଣିପାଗ ବିଭାଗର ପରାମର୍ଶକୁ ଅନୁପାଳନ କରିବା ପାଇଁ କୃଷି ସଚିବ ଡ. ପାଢ଼ୀ ଅନୁରୋଧ କରିଛନ୍ତି।

  • jmjnewso

    Related Posts

    ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

    Spread the love

    Spread the loveଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ…

    କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 1 ଅଗଷ୍ଟ 2026

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ