ଜିଲ୍ଲାପାଳ ସମ୍ମିଳନୀ ରେ ମୁଖ୍ୟମନ୍ତ୍ରୀ କହିଲେ ଦୁର୍ନୀତିଗ୍ରସ୍ତଙ୍କୁ ଟ୍ରାନ୍ସଫର କର.

Spread the love

ଜେଏମଜେ ବ୍ୟୁରୋ : ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଟ୍ରାନ୍ସଫର କରିବା ପରେ ପଛଘୁଞ୍ଚା ଦିଅନ୍ତୁନି । ଆଜି ଜିଲ୍ଲାପାଳ ସମ୍ମିଳନୀରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ସେ କହିଛନ୍ତି ଯେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲ୍ଲାପାଳଙ୍କ ହାତରେ କ୍ଷମତା ରହିଛି । ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ ।

ଜିଲ୍ଲାପାଳ ହେଉଛନ୍ତି ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ । ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖାଯାଇଛି । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି ।

ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ । ଉନ୍ନତିମୂଳକ କାର୍ଯ୍ୟରେ ବିଳମ୍ବ ହେଲେ ଦୁର୍ନୀତି ହୁଏ । ସେଥିପ୍ରତି ନିଜର ରଖିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ସେହିପରି ତ୍ରୋୟମାସିକ ସମୀକ୍ଷା କରି ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିବାକୁ ପରାମର୍ଶ ଦେଇଛନ୍ତି । ଦୁର୍ନୀତିକୁ ସାଲିସ କରାଯିବ ନାହିଁ । ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

  • Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ