ଜିଲ୍ଲାପାଳ ସମ୍ମିଳନୀ ରେ ମୁଖ୍ୟମନ୍ତ୍ରୀ କହିଲେ ଦୁର୍ନୀତିଗ୍ରସ୍ତଙ୍କୁ ଟ୍ରାନ୍ସଫର କର.

Spread the love

ଜେଏମଜେ ବ୍ୟୁରୋ : ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଟ୍ରାନ୍ସଫର କରିବା ପରେ ପଛଘୁଞ୍ଚା ଦିଅନ୍ତୁନି । ଆଜି ଜିଲ୍ଲାପାଳ ସମ୍ମିଳନୀରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ସେ କହିଛନ୍ତି ଯେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲ୍ଲାପାଳଙ୍କ ହାତରେ କ୍ଷମତା ରହିଛି । ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ ।

ଜିଲ୍ଲାପାଳ ହେଉଛନ୍ତି ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ । ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖାଯାଇଛି । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି ।

ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ । ଉନ୍ନତିମୂଳକ କାର୍ଯ୍ୟରେ ବିଳମ୍ବ ହେଲେ ଦୁର୍ନୀତି ହୁଏ । ସେଥିପ୍ରତି ନିଜର ରଖିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ସେହିପରି ତ୍ରୋୟମାସିକ ସମୀକ୍ଷା କରି ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିବାକୁ ପରାମର୍ଶ ଦେଇଛନ୍ତି । ଦୁର୍ନୀତିକୁ ସାଲିସ କରାଯିବ ନାହିଁ । ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

  • Related Posts

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

    Spread the love

    Spread the loveପୁରୁଷୋତ୍ତମପୁର :ଜେଏମଜେ ନ୍ୟୁଜ : ବିଶ୍ବର ପ୍ରାଚୀନତମ ଭାଷା ସଂସ୍କୃତ ଭାଷା। ବେଦଠାରୂ ଆରମ୍ଭ କରି ପୁରାଣ ଓ ଉପନିଷଦ ଆଦି ସଂସ୍କୃତ ଭାଷାରେ ରଚିତ। ଯୁଗେ ଯୁଗେ ସଂସ୍କୃତ ଭାଷାର ମହତ୍ତ୍ଵ ରହିଆସିଛି।ପାଠ୍ୟ ବିଷୟ ବସ୍ତୁ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ