ମୋହନ ସରକାରଙ୍କ ଦୁଇଦିନିଆ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ

Spread the love

ଜେଏମଜେ ବ୍ୟୁରୋ : ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି । ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିବେ ରାଜ୍ୟ ସରକାର । ଆଜି ଓ କାଲି ଦୁଇ ଦିନ ଧରି ଚାଲିବ ବୈଠକ ।
ଆସନ୍ତାକାଲି ଜିଲ୍ଲାପାଳଙ୍କ ସହ ସମସ୍ତ ଏସପିମାନେ ମଧ୍ୟ ଏହି ବୈଠକରେ ଯୋଗ ଦେବେ । ସରକାରଙ୍କ ବିଭିନ୍ନ ଯୋଜନାର କ୍ରିୟାନ୍ୱୟନ ବାବଦରେ ବିସ୍ତୃତ ଆଲୋଚନା କରାଯିବ ।
ସାମଗ୍ରିକ ଭାବେ ପ୍ରଶାସନକୁ ଲୋକାଭିମୁଖୀ କରିବା ସହ ଧାଡ଼ିର ଶେଷରେ ଥିବା ବ୍ୟକ୍ତି ପାଖରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା କେମିତି ପହଞ୍ଚିବ, ସେ ନେଇ ଅଧିକାରୀମାନଙ୍କୁ ଗୁରୁମନ୍ତ୍ର ଦେବେ ସରକାର । ଲୋକଙ୍କ ସରକାର, ଲୋକଙ୍କ ପାଇଁ ସରକାର, ଏହି ମନ୍ତ୍ର ଜିଲ୍ଲାପାଳ ଓ ଏସପିଙ୍କ ପରେ ବ୍ଲକ ଅଧିକାରୀ ଓ ତହସିଲଦାର ମାନଙ୍କୁ ମଧ୍ୟ ଦିଆଯିବ ।
ଆଜି ରାତିରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହ ଜିଲ୍ଲାପାଳମାନେ ରାତ୍ରିଭୋଜନ କରିବେ । ଦ୍ୱିତୀୟ ଦିନ ଅର୍ଥାତ୍ ୨୮ତାରିଖ ସକାଳ ସାଢ଼େ ୯ଟାରେ ଜିଲ୍ଲା ଏସପି ସମ୍ମିଳନୀ ଅନୁଷ୍ଠିତ ହେବ । ପୁଲିସ ଡିଜି ୱାଇବି ଖୁରାନିଆ ସ୍ୱାଗତ ଅଭିଭାଷଣ ରଖିବେ । ମୁଖ୍ୟ ସଚିବ ମନୋଜ ଆହୁଜା ସମ୍ମିଳନୀ ସମ୍ପର୍କରେ ସମ୍ୟକ ସୂଚନା ଦେବାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରାୟ ୨୫ମିନିଟ୍ ଧରି ଏସପିମାନଙ୍କୁ ଗୁରୁମନ୍ତ୍ର ଦେବେ ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ