ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି

Spread the love

ଭୁବନେଶ୍ବର(ଜେଏମଜେ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧୀରେଧୀରେ ଉତ୍ତର-ପଶ୍ଚିମ ଦିଗକୁ ମୁହାଁଉଥିବା ବେଳେ ଭାରତୀୟ ପାଣିପାଗ ବିଭାଗ ବାତ୍ୟା ଓ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିସନ (ଏସ୍‌ଆରସି) ପକ୍ଷରୁ ମଧ୍ୟ ରାଜ୍ୟବାସୀଙ୍କ ପାଇଁ ଚେତାବନୀ ଜାରି କରାଯାଇଛି। 

ଏସ୍‌ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ। ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ। କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛନ୍ତୁ। ଅକ୍ଟୋବର ୨୬ ତାରିଖ ଠାରୁ ୨୯ ପର୍ଯ୍ୟନ୍ତ ସମୁଦ୍ର ଅସ୍ଥିର ରହିବ। ସମ୍ଭାବିତ ବାତ୍ୟା ସମୟରେ ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ  ପବନର ବେଗ ଘଣ୍ଟା ପିଛା ୩୫ରୁ ୬୦ କିମି ରହିବ। ଏହା ଘଣ୍ଟା ପିଛା ସର୍ବାଧିକ ୭୦କିମି ହୋଇପାରେ।

ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯାଆନ୍ତୁ ନାହିଁ। ବିପର୍ଯ୍ୟୟ ପରେ ବିଭାଗୀୟ ଅଧିକାରୀମାନେ ସରକାରଙ୍କୁ ତୁରନ୍ତ ରିପୋର୍ଟ ପ୍ରଦାନ କରନ୍ତୁ। ସମ୍ଭାବିତ ବାତ୍ୟାର ପ୍ରଭାବ ଆନ୍ଧ୍ର ପ୍ରଦେଶ ଉପରେ ପଡ଼ିପାରେ। ୨୭ ତାରିଖରେ ଓଡ଼ିଶାର ଗୋଟିଏ ଦୁଇଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୨୮ରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବୋଲି ସୂଚନା ଦେଇଛନ୍ତି ମନୋରମା ମହାପାତ୍ର।

ବର୍ଷା ଆଲର୍ଟ ଥିବା ଜିଲ୍ଲା ଗୁଡିକ : ଅକ୍ଟୋବର ୨୮ ତାରିଖ (ବୁଧବାର) ସକାଳ ସାଢ଼େ ୮ଟାରୁ ଅକ୍ଟୋବର ୩୦ (ଗୁରୁବାର) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, ଜଗତସିଂହପୁରକଟକପୁରୀ, ଖୋର୍ଦ୍ଧା, ଗଂଜାମ, ବାଲେଶ୍ବର, ମୟୂରଭଂଜ ଓ ଭଦ୍ରକ ଜିଲ୍ଲାକୁ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତିମାଲକାନଗିରି, କନ୍ଧାମାଳ, ରାୟଗଡ଼ା, କୋରାପୁଟ, ମୟୂରଭଂଜ, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀରକଳାହାଣ୍ଡିକନ୍ଧମାଳ ଓ ନବରଂଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି…

    ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ଲଘୁଚାପକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜିଠାରୁ ୨୨ ତାରିଖ ଯାଏଁ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    • By jmjnewso
    • September 22, 2026
    • 32 views
    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    • By jmjnewso
    • September 22, 2026
    • 16 views
    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    SIRକୁ ନେଇ ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    • By jmjnewso
    • September 22, 2026
    • 21 views
    SIRକୁ ନେଇ  ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    • By jmjnewso
    • September 22, 2026
    • 29 views
    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    • By jmjnewso
    • September 22, 2026
    • 26 views
    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

    • By jmjnewso
    • September 22, 2026
    • 20 views
    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ