ନୂଆପଡା ଲଢେଇ: ମୈଦାରେ ୧୪ ପ୍ରାର୍ଥୀ

Spread the love

ଜେଏମଜେ ବ୍ୟୁରୋ : ବିଧାନସଭା ଉପନିର୍ବାଚନ ନେଇ ଆଜି ଥିଲା ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ । ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସମୟ ପ୍ରାର୍ଥୀମାନଙ୍କୁ ପ୍ରଦାନ କରାଯାଇଥିଲା । ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିନାହାନ୍ତି । ଅତଏବ, ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ନୂଆପଡା ବିଧାନସଭା ଉପନିର୍ବାଚନରେ ହେବ ପ୍ରତିଦ୍ୱନ୍ଦିତା ।

ଭାରତୀୟ ଜନତା ଦଳରୁ ଜୟ ଢୋଲକିଆ, ବିଜୁ ଜନତା ଦଳରୁ ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜାତୀୟ କଂଗ୍ରେସରୁ ଘାସିରାମ ମାଝୀ, ସମାଜବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳରୁ ଶୁକଧର ଦଣ୍ଡସେନାଙ୍କ ସମେତ ୮ ଜଣ ସ୍ୱାଧୀନ ପ୍ରାର୍ଥୀ ଆଶ୍ରୟ ମହାନ୍ଦନ, ଇ.ଚକ୍ରାନ୍ତ ଜେନା, ଭୁବନ ଲାଲ ସାହୁ, କିଶୋର କୁମାର ବାଗ, ନୀତା ବାଗ, ଲକ୍ଷ୍ମୀକାନ୍ତ ତାଣ୍ଡି, ଭକ୍ତବନ୍ଧୁ ଧରୁଆ ଓ ଲୋଚନ ମାଝୀ ପ୍ରମୁଖ ଏହି ଉପନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିବେ ।

ସୂଚନାଯୋଗ୍ୟ ଯେ, ପ୍ରାର୍ଥୀ ପତ୍ର ଯାଞ୍ଚ ସମୟରେ ମୋଟ ୫ଟି ନାମାଙ୍କନ ପତ୍ର ନାକଚ କରାଯାଇଥିଲା । ନାକଚ କରାଯାଇଥିବା ବ୍ୟକ୍ତିମାନେ ହେଉଛନ୍ତି ବହୁଜନ ସମାଜ ପାର୍ଟିର ପ୍ରାର୍ଥୀ ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ପ୍ରାର୍ଥୀ ସୀତାରାମ ବେହେରା ଏବଂ ୩ ସ୍ୱାଧୀନ ପ୍ରାର୍ଥୀ- କମଳ କୁମାର ଛତ୍ରିଆ, ପୁରୁଷୋତ୍ତମ ବେହେରା ଏବଂ ଭୁଜବଳ ଆଡବଙ୍ଗ ଅଟନ୍ତି । ନଭେମ୍ବର ୧୬ ତାରିଖ (ରବିବାର) ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ