ଆସୁଛି ବାତ୍ୟା ‘ମୋନ୍ଥା’: ୨୭ରେ ବାତ୍ୟା ସୃଷ୍ଟି, ୨୮ କିମ୍ବା ୨୯ରେ ଛୁଇଁବ ସ୍ଥଳଭାଗ!

Spread the love

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ଅକ୍ଟୋବର ଓଡ଼ିଶାବାସୀଙ୍କ ପାଇଁ ବାତ୍ୟା ବିପଦର ସ୍ମୃତିଚିହ୍ନ ହୋଇରହିଛି। ଚଳିତ ଅକ୍ଟୋବର ବି ସେଭଳି କିଛି ତିକ୍ତ ଅନୁଭୂତି ଦେବାକୁ ଯାଉଛି। ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟି ହେବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି। ଆଇଏମ୍ଡିର ସ୍ବତନ୍ତ୍ର ବୁଲେଟିନ୍ ଅନୁଯାୟୀ, ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଶନିବାର ସୁଦ୍ଧା ଅବପାତର ରୂପ ନେବ। ୨୬ ତାରିଖ ଆଡ଼କୁ ଏହା ଆହୁରି ଶକ୍ତି ଗୋଟାଇବ ଏବଂ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ। ସୋମବାର (୨୭ ତାରିଖ) ସକାଳ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇସାରିଥିବ ଏବଂ ଦକ୍ଷିଣ-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ। ତେବେ ଏହା କେତେ ଭୟଙ୍କର ହେବ, ଗତିପଥ କେଉଁଆଡ଼େ ରହିବ ଓ କେଉଁଠାରେ ଏହା ସ୍ଥଳଭାଗକୁ ଛୁଇଁବ, ସେ ସଂକ୍ରାନ୍ତରେ ଏବେ କୌଣସି ସ୍ପଷ୍ଟ ସୂଚନା ନାହିଁ।

ଗତିପଥ ନେଇ ଚିତ୍ର ଅସ୍ପଷ୍ଟ

ବାତ୍ୟାଟି ବିଶେଷତଃ ଆନ୍ଧ୍ର ପ୍ରଦେଶ ସଂଲଗ୍ନ ଉପକୂଳରେ ସ୍ଥଳ ଭାଗ ଛୁଇଁପାରେ ବୋଲି ଅନୁମାନ କରାଯାଉଛି। ଆସନ୍ତାକାଲି ଏହା ଅବପାତର ରୂପ ନେବା ପରେ ଚିତ୍ର ସ୍ପଷ୍ଟ ହେବ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ଏହି ବାତ୍ୟାର ନାମ ‘ମୋନ୍ଥା’ ରହିବ। ଏହା ଏକ ଥାଇଲାଣ୍ଡ ପ୍ରସ୍ତାବିତ ନାମ। ଏହାର ଅର୍ଥ ହେଉଛି ‘ସୁଗନ୍ଧିତ ଫୁଲ’ ବା ‘ସୁନ୍ଦର ଫୁଲ’। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଗତକାଲି ବଙ୍ଗୋପସାଗରରେ ରହିଥିବା ତିନୋଟି ଘୂର୍ଣ୍ଣିବଳୟ (ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଖଣ୍ଡ ବିଶେଷ, ଦକ୍ଷିଣ ପୂର୍ବରେ ଦ୍ବିତୀୟ ଓ ଦକ୍ଷିଣ ବଙ୍ଗୋପସାଗରର ଦକ୍ଷିଣ ଆଡ଼କୁ ତୃତୀୟଟି ଆଜି ସକାଳେ ଲଘୁଚାପରେ ପରିଣତ ହୋଇ ସନ୍ଧ୍ୟା ବେଳକୁ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ୨୭ ତାରିଖରେ ଲଘୁଚାପର ରୂପ ନେବ। ୨୮ ତାରିଖରେ ବାତ୍ୟା ଅଧିକ ଘନୀଭୂତ ହେବାକୁ ପାଗ ଅନୁକୂଳ ରହିଛି। ତେବେ ବାତ୍ୟାକୁ ନେଇ ଏବେ ଦୁଇଟି ଦୃଶ୍ୟପଟ ସାମନାକୁ ଆସୁଛି। ୨୮ ତାରିଖରେ ପ୍ରଥମ ସିଷ୍ଟମଟି ଅଧିକ ଘନୀଭୂତ ହୋଇ ଆନ୍ଧ୍ର ଉପକୂଳ, ନେଲୋରରୁ ବିଶାଖାପାଟଣା ମଧ୍ୟରେ ସ୍ଥଳଭାଗ ଛୁଇଁବ। ଯଦି ସିଷ୍ଟମ ଉପରେ ପଶ୍ଚିମା ଝଡ଼ର ପ୍ରଭାବ ପଡ଼େ, ତେବେ ଏହା ୨୯ ତାରିଖରେ ଦୁର୍ବଳ ହୋଇ ଓଡ଼ିଶା ଉପକୂଳକୁ ମୁହାଁଇପାରେ।

ଆଜି ସୃଷ୍ଟ ଲଘୁଚାପ ପରେ ଅବପାତର ରୂପ ନେବାର ଆଶଙ୍କା ରହିଥିବାରୁ ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ୨୫ ଓ ୨୬ ତାରିଖରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୨୭ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ଉପକୂଳ ଓ ସଂଲଗ୍ନ ପଶ୍ଚିମ ଓଡ଼ିଶାରେ ମଧ୍ୟ ସେଦିନ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୨୮ ଓ ୨୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସମ୍ଭାବ୍ୟ ବାତ୍ୟା ଯୋଗୁଁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ବାରଣ କରାଯାଇଛି।

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି…

    ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ଲଘୁଚାପକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜିଠାରୁ ୨୨ ତାରିଖ ଯାଏଁ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    • By jmjnewso
    • September 22, 2026
    • 32 views
    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    • By jmjnewso
    • September 22, 2026
    • 16 views
    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    SIRକୁ ନେଇ ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    • By jmjnewso
    • September 22, 2026
    • 21 views
    SIRକୁ ନେଇ  ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    • By jmjnewso
    • September 22, 2026
    • 29 views
    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    • By jmjnewso
    • September 22, 2026
    • 26 views
    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

    • By jmjnewso
    • September 22, 2026
    • 20 views
    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ