ଭୀଷଣ ବାତ୍ୟା ରୂପେ ନେଉଛି ମୋନ୍ଥା : ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା

Spread the love

ଜେଏମଜେ ବ୍ୟୁରୋ : ଆନ୍ଧ୍ରକୁ ପବନ, ଓଡ଼ିଶାକୁ ବର୍ଷା । ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ନେଲା ଅବପାତର ରୂପ । ଆସନ୍ତାକାଲି ହୋଇପାରେ ଗଭୀର ଅବପାତ । ଆହୁରି ଘନୀଭୁତ ହୋଇ ୨୭ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଭୀଷଣ ବାତ୍ୟା ପର୍ଯ୍ୟନ୍ତ ଯିବ ବାତ୍ୟା । ୨୮ ତାରିଖରେ ହୋଇପାରେ ଭୀଷଣ ବାତ୍ୟା । ଏହାସହ ପବନର ବେଗ ମଧ୍ୟ ବଢ଼ିବା ନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ।
୧୦୦ କିଲୋମିଟର ବେଗରେ ବହିପାରେ ପବନ । ତେବେ କେଉଁଠି ଅତିକ୍ରମ କରିବ, କେତେ ବେଗରେ ମାଡ଼ ହେବ, ଆଜି ସ୍ପଷ୍ଟ କରିବ ଆଇଏମଡି । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ମାସ ଶେଷ ବେଳକୁ ପୁଣି ଥରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା ‘ମୋନ୍ଥା’। ଏହାର ତୀବ୍ରତା କେତେ ରହିବ? କେଉଁଠି ସ୍ଥଳଭାଗ ଅତିକ୍ରମ କରିବ? ତାହା ସ୍ପଷ୍ଟ ହୋଇନଥିଲେ ବି ୨୭ରେ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଆଇଏମଡି.

ଏହାର ପ୍ରଭାବରେ ଓଡ଼ିଶାରେ ବଡ ବର୍ଷାର ସମ୍ଭାବନା ରହିଛି । ୨୬ ତାରିଖ ସକାଳୁ ଗଭୀର ଅବପାତରେ ପରିଣତ ହେବ । ଯାହା ଆସନ୍ତା ୨୭ ତାରିଖ ସକାଳୁ ବାତ୍ୟାର ରୂପ ନେବ । ତାପରେ ବଳ ଗୋଟାଇ ଉପକୂଳ ମୁହାଁ ହେବ ବାତ୍ୟା । ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଂଗୋପସାଗରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ ।

  • jmjnewso

    Related Posts

    ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

    Spread the love

    Spread the loveଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ…

    କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026