ସ୍କୁଲ ଆସୁ ନଥିବା ଶିକ୍ଷାର୍ଥୀଙ୍କ ଘରେ ପହଞ୍ଚିବ ରାସନ୍‌ ସାମଗ୍ରୀ:ଅକ୍ଟୋବର ୯ ସୁଦ୍ଧା ଚିହ୍ନଟ କରି ବଣ୍ଟନ କରିବାକୁ ଗଣଶିକ୍ଷା ବିଭାଗ ର ନିର୍ଦେଶ

Spread the love

ଜେଏମଜେ ବ୍ୟୁରୋ : ସ୍କୁଲ ଆସୁ ନଥିବା ଶିକ୍ଷାର୍ଥୀଙ୍କ ଘରେ ପହଞ୍ଚିବ ରାସନ୍‌ ସାମଗ୍ରୀ, ଅକ୍ଟୋବର ୯ ସୁଦ୍ଧା ଚିହ୍ନଟ କରି ବଣ୍ଟନ କରିବାକୁ ଗଣଶିକ୍ଷା ବିଭାଗ ର ନିର୍ଦେଶ…ଶାରୀରିକ ଅକ୍ଷମ କିମ୍ବା ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ସ୍କୁଲକୁ ଆସିପାରୁ ନଥିବା ବିଦ୍ୟାର୍ଥୀଙ୍କୁ ଚିହ୍ନଟ କରି ସେମାନଙ୍କ ଘରେ ସବୁପ୍ରକାର ସୁବିଧା ଯୋଗାଇ ଦିଆଯିବ । ତାଙ୍କର ପାଠପଢ଼ା ଓ ପୋଷଣରେ ଯେପରି କୌଣସି ଅସୁବିଧା ନହୁଏ ସେଥିଲାଗି ଧ୍ୟାନ ଦିଆଯିବ । ସେମାନଙ୍କ ଘରେ ସ୍କୁଲ ପକ୍ଷରୁ ଶୁଖିଲା ରାସନ ସମାଗ୍ରୀ ଏବଂ ପାଠ୍ୟ ଉପକରଣ ପହଞ୍ଚାଇ ଦିଆଯିବ ।
ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି ।
ସୂଚନାଯୋଗ୍ୟ, ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଯେଉଁ ଛାତ୍ରଛାତ୍ରୀ ସ୍କୁଲ ଆସିପାରୁ ନାହାନ୍ତି ସେମାନଙ୍କୁ ରାସନ ସାମଗ୍ରୀ ଯୋଗାଇ ଦେବାକୁ ନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା । ଏହାକୁ ଆଧାର କରି କୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ ଏହି ବର୍ଗର ପିଲାଙ୍କୁ ରାସନ ସାମଗ୍ରୀ ଏବଂ ପାଠ୍ୟ ଉପକରଣ ଘରେ ନେଇ ଯୋଗାଇ ଦିଆଯିବ । ଏହାକୁ ଆଧାର କରି ପିଏମ୍ ପୋଷଣର ରାଜ୍ୟ ପ୍ରକଳ୍ପ ପରିଚାଳନା ୟୁନିଟ୍ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏହି ବର୍ଗର ଶିକ୍ଷାର୍ଥୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି ୬ ବର୍ଷରୁ ୧୪ ବର୍ଷର ପିଲାଙ୍କୁ ଚିହ୍ନଟ କରାଯିବ । ସେମାନଙ୍କ ଘରେ ଶୁଖିଲା ରାସନ୍ ସାମଗ୍ରୀ, ରୋଷେଇ ଖର୍ଚ୍ଚ ଏବଂ ପାଠ୍ୟ ସାମଗ୍ରୀ ଯୋଗାଇ ଦିଆଯିବ । ଆସନ୍ତା ୩୦ରୁ ଅକ୍ଟୋବର ୯ ତାରିଖ ମଧ୍ୟରେ ଏହି ବର୍ଗର ଶିକ୍ଷାର୍ଥୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀମାନେ ବ୍ଲକ ଶିକ୍ଷା ଅଧିକାରୀଙ୍କଠୁ ଏହି ତାଲିକା ସଂଗ୍ରହ କରିବେ । ଚିହ୍ନଟ ହୋଇଥିବା ପିଲାଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ । ଅକ୍ଟୋବର ୧୯ ସୁଦ୍ଧା ଏହାର ରିପୋର୍ଟ ବିଭାଗ ପାଖରେ ଦାଖଲ କରିବାକୁ କୁହାଯାଇଛି।

  • Related Posts

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

    Spread the love

    Spread the loveପୁରୁଷୋତ୍ତମପୁର :ଜେଏମଜେ ନ୍ୟୁଜ : ବିଶ୍ବର ପ୍ରାଚୀନତମ ଭାଷା ସଂସ୍କୃତ ଭାଷା। ବେଦଠାରୂ ଆରମ୍ଭ କରି ପୁରାଣ ଓ ଉପନିଷଦ ଆଦି ସଂସ୍କୃତ ଭାଷାରେ ରଚିତ। ଯୁଗେ ଯୁଗେ ସଂସ୍କୃତ ଭାଷାର ମହତ୍ତ୍ଵ ରହିଆସିଛି।ପାଠ୍ୟ ବିଷୟ ବସ୍ତୁ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ