ସମ୍ଭାବ୍ୟ ବାତ୍ୟା ମୋନ୍ଥା ମୁକାବିଲା ପାଇଁ ପ୍ରାକ ପ୍ରସ୍ତୁତ ଗଜପତି ଜିଲ୍ଲା ପ୍ରଶାସନ

Spread the love

ଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତଜିଲ୍ଲାପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ୨୭ ତାରିଖ ଓରେଞ୍ଜ ଓ୍ବାରନିଙ୍ଗ ଓ ୨୮ ତାରିଖ ରେଡ୍ ଓ୍ବାରନିଙ୍ଗ ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନର ବହିବାର ସମ୍ଭାବନା ଥିବାରୁ ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ଗଜପତିରେ କାଲି ଠାରୁ ୪ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ହୋଇଛି।

ଏଥି ସହ ସାତୋଟି ବ୍ଳକ ଓ ଦୁଇଟି ସହରାଞ୍ଚଳରେ ବରିଷ୍ଠ ଅଧିକାରୀମାନଙ୍କୁ  ନୋଡାଲ ଅଫିସର ଭାବରେ ନିୟୋଜିତ କରାଯାଇଛି। ସ୍ଥିତି ଉପରେ ତୀକ୍ଷ୍ନ ନଜର ରଖିବା ପାଇଁ ପ୍ରତି ପଞ୍ଚାୟତରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମର ବ୍ୟବସ୍ଥା କରାଯାଇଛି। ସମସ୍ତ ସମ୍ବେଦନଶୀଳ ଅଞ୍ଚଳରେ ଅସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳୀ ପ୍ରସ୍ତୁତ କରି ରଖାଯାଇଛି।

ପ୍ରାଥମିକ ସ୍ତରରେ ଜିଲ୍ଲାର ସମସ୍ତ ଗର୍ଭବତୀ ମହିଳା ମାନଙ୍କୁ ମା ଗୃହକୁ ସ୍ଥାନାନ୍ତର ପ୍ରକିୟା ଆରମ୍ଭ ହୋଇଛି । ରାଜ୍ୟ ସ୍ତରରୁ ଦୁଇଟି ଓଡ୍ରାଫ୍ ଓ ଏନଡିଆର ଏଫ୍ ଟିମକୁ ମୁତୟନ ପାଇଁ କୁହାଯାଇଛି। ବର୍ଷା ସମୟରେ ଅତ୍ୟାବଶ୍ୟକ ନହେଲେ ଘରୁ ବାହାରକୁ ନବାହାରିବା ପାଇଁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ। ମାଇକ ଜରିଆରେ ସମସ୍ତ ଗ୍ରାମାଞ୍ଚଳରେ ଲୋକଙ୍କୁ ସତର୍କ କରାଯାଉଛି। ଏହିସବୁ କାର୍ଯ୍ୟର ଟିକିନିଖି ତଦାରଖର ଦାୟିତ୍ଵ ନିଜେ ଜିଲ୍ଲାପାଳ କଣ୍ଟ୍ରୋଲ ରୁମରେ ନିୟନ୍ତ୍ରଣ କରୁଛନ୍ତି।

  • jmjnewso

    Related Posts

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    Spread the love

    Spread the loveଜେଏମଜେ ବ୍ୟୁରୋ : ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର ଘୂର୍ଣ୍ଣିିଝଡ଼ ଋତୁର ଏକ ପ୍ରମୁଖ ପର୍ଯ୍ୟାୟ ବୋଲି…

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ