ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ସାରା ଓଡିଶାକୁ ହାଇଆଲର୍ଟ, ୮ ଜିଲ୍ଲାକୁ ରେଡ୍ ଜୋନ୍ ଘୋଷଣା

Spread the love

ଭୁବନେଶ୍ୱର(ଜେଏମଜେ ବ୍ୟୁରୋ) : ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପ୍ରସ୍ତୁତି ସଂପର୍କରେ ବିଶଦ ଭାବେ ଆଲୋଚନା କରିଛନ୍ତି ।

ବୈଠକ ପରେ ରାଜୀବ ଭବନଠାରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ କହିଲେ ଯେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାକୁ ୬ କିଲୋମିଟର ବେଗରେ ଗତି କରୁଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲା ଯଥା-ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ସବୁଠାରୁ ଅଧିକ ପ୍ରଭାବିତ ହେବ। ଏହିସବୁ ଜିଲ୍ଲାଗୁଡ଼ିକୁ ରେଡ୍‌ ଜୋନ୍‌ ଅନ୍ତର୍ଭୁକ୍ତ କରାଯାଇଛି ।

କାକିନାଡ଼ା ଓ ମଛଲିପଟନମ୍‌ ଯେଉଁଠାରେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ମାଲକାନଗିରି ସେଠାରୁ ମାତ୍ର ୨୦୦ କିଲୋମିଟର ଦୂରରେ ଅବସ୍ଥିତ। ଗତକାଲି ୧୫ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପ୍ରସ୍ତୁତି ସଂପର୍କରେ ଆଲୋଚନା ହୋଇଥିବାବେଳେ ଆଜି ସମସ୍ତ ୩୦ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପୂର୍ବ ପ୍ରସ୍ତୁତି ଓ ଏହାର ମୁକାବିଲା ସଂପର୍କରେ ବିଶଦ ଭାବେ ଆଲୋଚନା ହୋଇଛି ।

ମନ୍ତ୍ରୀ ପୂଜାରୀ ପୁଣି କହିଛନ୍ତି ଯେ ସର୍ବାଧିକ ପ୍ରଭାବିତ ୮ଟି ଜିଲ୍ଲା ବ୍ୟତୀତ ଅନ୍ୟ ୨୨ଟି ଜିଲ୍ଲାରେ ବାତ୍ୟା ପ୍ରଭାବରେ ବର୍ଷାର ସମ୍ଭାବନା ରହିଛି । ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ସଂପୃକ୍ତ ବିଭାଗଗୁଡ଼ିକ ସହ ଆଲୋଚନା କରାଯାଇଛି । ଆବଶ୍ୟକ ପଡ଼ିଲେ ପଡୋଶୀ ଜିଲ୍ଲାକୁ ସହାୟତା କରିବା ପାଇଁ ମଧ୍ୟ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଭୂତଳର ଆଶଙ୍କା ଥିବାରୁ ସେଠାରେ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀଙ୍କୁ ଆଗୁଆ ମୁତୟନ କରାଯାଇଛି । ଅଧିକ ସାହାଯ୍ୟକାରୀ ଦଳ ଆବଶ୍ୟକ ପଡ଼ିଲେ ନିକଟବର୍ତ୍ତୀ ଜିଲ୍ଲାଗୁଡ଼ିକରୁ ମଧ୍ୟ ପଠାଯାଇପାରିବ।

ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ଶକ୍ତି ବିଭାଗ ସହ ଆଲୋଚନା ହୋଇଛି । ଡାକ୍ତରଖାନା, ଜରୁରୀ ସେବା, ପାନୀୟ ଜଳ ଯୋଗାଇଦେବା ପାଇଁ ବିକଳ୍ପ ଶକ୍ତିର ବ୍ୟବସ୍ଥା କରାଯାଇଛି । ବୟସ୍କ, ଶିଶୁମାନଙ୍କୁ ଆଗୁଆ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ସହ ଆସନ୍ନ ପ୍ରସବାମାନଙ୍କୁ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ରଖାଯିବାର ବ୍ୟବସ୍ଥା କରାଯାଇଛି । ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଭଳି ଉଚ୍ଚସ୍ଥାନରେ ଥିବା ଲୋକମାନଙ୍କୁ ସମତଳ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

ମତ୍ସ୍ୟଜୀବୀମାନେ ସମୁଦ୍ରରୁ ଫେରି ଆସିଲେଣି । ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି । ସେହିଭଳି ସମୁଦ୍ର କୂଳରେ ରହୁଥିବା ପର୍ଯ୍ୟଟକମାନେ ମଧ୍ୟ ସମୁଦ୍ର ତଟକୁ ନଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରୀ କ୍ଷେତ୍ରରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିବା ସହ ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ବାତ୍ୟା/ବନ୍ୟା ଆଶ୍ରୟସ୍ଥଳୀ ସହ ସ୍କୁଲ ଘର ଓ ଗୋଷ୍ଠୀ କେନ୍ଦ୍ରଗୁଡ଼ିକୁ ଲୋକମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ଧାନ ଅମଳର ସମୟ ହୋଇଥିବାରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିଜର ଶସ୍ୟକୁ ସୁରକ୍ଷିତ ରଖିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି ।
ସହରାଞ୍ଚଳଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଥିବାରୁ ଆବଶ୍ୟକ ସ୍ଥଳେ ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଏଥି ପାଇଁ ଆଗୁଆ ପାଣିପମ୍ପର ବ୍ୟବସ୍ଥା କରାଯାଉଛି । ଜଳସମ୍ପଦ ବିଭାଗ ସହିତ ମଧ୍ୟ ନଦୀର ଜଳସ୍ତର ନେଇ ଆଲୋଚନା ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି ।

ଏହି ଅବସରରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ସିଂ କହିଲେ ଯେ ଆଜି ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରାଯାଇଛି। ରେଡ୍‌ ଜୋନ୍‌ରେ ଥିବା ୮ଟି ଜିଲ୍ଲାରେ ଆସନ୍ତାକାଲିଠାରୁ ବର୍ଷା ଆରମ୍ଭ ହୋଇଯାଇପାରେ। ୨୮/୨୯ ତାରିଖ ବେଳକୁ ବର୍ଷାର ପ୍ରଭାବ ବୃଦ୍ଧି ପାଇବ ଏବଂ ୩୦ ତାରିଖ ବେଳକୁ ପ୍ରଭାବ ହ୍ରାସ ପାଇବାର ସମ୍ଭାବନା ରହିଛି। ବର୍ତ୍ତମାନ ସୁଦ୍ଧା ୧୨୮ଟି ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଓ ଅଗ୍ନିଶମ ବାହିନୀ ଦଳଙ୍କୁ ୮ଟି ଜିଲ୍ଲାରେ ମୁତୟନ କରାଯାଇଛି । ଜିଲ୍ଲାପାଳମାନଙ୍କୁ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ବିପଦ ଆଶଙ୍କା ଥିବା ସ୍ଥାନମାନଙ୍କରୁ ଜନସାଧାରଣଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

  • jmjnewso

    Related Posts

    ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

    Spread the love

    Spread the loveଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ…

    କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର