ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା, ସମୀକ୍ଷା କରୁଛନ୍ତି ରାଜସ୍ୱ ମନ୍ତ୍ରୀ

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା। ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା। ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ମଧ୍ୟରେ ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନାଡ଼ା ଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୩କିମି ବେଗରେ ଏହା ଉପକୂଳ ଆଡକୁ ମାଡ଼ିଆସୁଛି।

ଅନ୍ୟପଟେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବାତ୍ୟା ସମୀକ୍ଷା କରୁଛନ୍ତି। ବୈଠକରେ SRC, କୃଷି ସଚିବ ଓ ଅଗ୍ନିଶମ ଡିଜି ଉପସ୍ଥିତ ଅଛନ୍ତି। ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି।

ସୂଚନା ଅନୁସାରେ ୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ମୋନ୍ଥା। ପରବର୍ତ୍ତୀ ମୁହୂର୍ତ୍ତରେ ଏହା ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ୧୧୦ କିଲୋମିଟର ଯାଏ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ।

୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହୋଇପାରେ । ଏଥିସହ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ (ଲାଲ୍‌ ଚେତାବନୀ) ଦିଆଯାଇଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୭୦ କିମି ବେଗରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ପରବର୍ତ୍ତୀ ୨୪ ଘଣ୍ଟାରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି । ଏଥିସହ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୫୦ରୁ ୭୦ କିମି ବେଗରେ ପବନ ହୋଇପାରେ ।

  • jmjnewso

    Related Posts

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା…

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ପୁଣି ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି । ଆସନ୍ତା ୨୨ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ…

    Leave a Reply

    Your email address will not be published. Required fields are marked *

    You Missed

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 51 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 34 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 25 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 20 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍