ବାତ୍ୟାର ବଢ଼ୁଛି ଗତି: ମନ୍ତ୍ରୀ ସୁରେଶ ପୂଜାରୀ

Spread the love


ଜେଏମଜେ ବ୍ୟୁରୋ : ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି,ବାତ୍ୟାର ବଢ଼ୁଛି ଗତି। ପାଣିପାଗ ବିଭାଗର ସୂଚନା ଅନୁସାରେ ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରପ୍ରଦେଶର ମଛଲିପାଟନମ ଓ କଳିଙ୍ଗପାଟଣା ମଝିରେ ଭୂପୃଷ୍ଠକୁ ସ୍ପର୍ଶ କରିବ। ଯାହା ଆଶା କରାଯାଉଛି ମାଲକାନଗିରି ଠାରୁ ବାତ୍ୟା ୨୦୦ କିମି ଦୂରରେ ଲ୍ୟାଣ୍ଡଫଲ୍‌ କରିବ। ତେଣୁ ମାଲକାନଗିରି ସର୍ବାଧିକ ପ୍ରଭାବିତ ହୋଇପାରେ। କୋରାପୁଟ, ରାୟଗଡ଼ା, ନବରଂଗପୁର, ମାଲକାନଗିରି, ଗଜପତି, ଗଂଜାମ, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ପ୍ରଭାବ ରହିବ। ଏହି ଜିଲ୍ଲା ଗୁଡ଼ିକୁ ରେଡ୍‌ ଜୋନ୍‌ରେ ରଖାଯାଇଛି। ଏସବୁ ଜିଲ୍ଲାରେ ପ୍ରସ୍ତୁତି ଜାରି ରହିଛି। ଅନ୍ୟ ୨୨ଟି ଜିଲ୍ଲାରେ ମଧ୍ୟ ସ୍ଥିତି ଅନୁଧ୍ୟାନ କରାଯିବା ସହିତ ପ୍ରସ୍ତୁତି କରାଯାଇଛି। ଏତଦ୍‌ ବ୍ୟତୀତ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସଂହପୁର ଜିଲ୍ଲାକୁ ମଧ୍ୟ ସତର୍କ କରାଯାଇଛି। ରେଡ୍‌ ଜୋନ୍‌ରେ ଥିବା ୮ଟି ଜିଲ୍ଲାରେ ମୋଟ୍‌ ୧୨୮ଟି ଟିମ୍‌ ଓଡିଆରଏଫ୍‌, ଏନ୍‌ଡିଆରଏଫ୍‌ ଏବଂ ଅଗ୍ନିଶମ ବାହିନୀର ଟିମ୍‌ ନିୟୋଜିତ ହୋଇଛନ୍ତି। ଏଥିରୁ ମାଲକାନଗିରି ଓଡିଆରଏଫ୍‌ ୩ଟି, ଗୋଟିଏ ଏନଡିଆରଫି ଟିମ୍‌ ଏବଂ ୮ଟି ଅଗ୍ନିଶମ ବାହିନୀର ଟିମ୍‌ ସାମିଲ ରହିଛି। ସେହିପରି କୋରାପୁଟରେ ୧୮ ଟିମ୍‌, ନବରଂଗପୁରରେ ୧୩ଟି ଟିମ, ଗଜପତିରେ ୧୧ଟି ଟିମ, ଗଂଜାମରେ ୨୭ଟି ଟିମ, କନ୍ଧମାଳରେ ୧୬ଟି ଟିମ୍‌, କଳାହାଣ୍ଡିରେ ୧୬ଟିମ୍‌ ସାମିଲ ରହିଛି। ଆବଶ୍ୟକ ପଡ଼ିଲେ ଆହୁରି ଟିମ ଦିଆଯିବ।
୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା। ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ମଧ୍ୟରେ ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନାଡ଼ା ଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୩କିମି ବେଗରେ ଏହା ଉପକୂଳ ଆଡକୁ ମାଡ଼ିଆସୁଛି ।

  • jmjnewso

    Related Posts

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା…

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ପୁଣି ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି । ଆସନ୍ତା ୨୨ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ…

    Leave a Reply

    Your email address will not be published. Required fields are marked *

    You Missed

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 27 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 31 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 24 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 19 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍