ଦକ୍ଷିଣରେ ୬୦ରୁ ୮୦ କିମି ବେଗରେ ପବନ, ୪୮ ଘଣ୍ଟା ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ

Spread the love

ଜେଏମଜେ ବ୍ୟୁରୋ : ଭୟଙ୍କର ରୂପ ନେଲା ମୋନ୍ଥା। ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ୨୯ ତାରିଖ ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀରରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଘଣ୍ଟା ପ୍ରତି ୫୦ରୁ ୭୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ରାତି ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୮୦ରୁ ୧୦୦ କିମି ବେଗରେ ପବନ ହେଉଛି। ସମୁଦ୍ର ସ୍ଥିତି ଅଧିକ ଖରାପ ହୋଇଛି। ଉଚ୍ଚରୁ ଅତି ଉଚ୍ଚ ଜୁଆର ଉଠୁଛି। ୨୮ ତାରିଖ ସକାଳଠାରୁ ୨୯ ତାରିଖ ସକାଳ ମଧ୍ୟରେ ଅତ୍ୟନ୍ତ ଉଚ୍ଚର ଜୁଆର ରହିବ ଏବଂ ସମୁଦ୍ର ଅଶାନ୍ତ ପ୍ରକ୍ରିୟା ଲାଗିରହିବ। ୨୮ ତାରିଖ ସକାଳଠାରୁ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୬୦ରୁ ୭୦ କିମି ବେଗରେ ପବନ ହେବ। ଝଟକା ପବନର ବେଗ ୮୦ କିମି ଛୁଇଁପାରେ। ଆଖପାଖ ଅଞ୍ଚଳରେ ପବନର ବେଗ ସାମାନ୍ୟ କମ୍ ରହିବ। ଅନୁରୂପ ଭାବେ ଉତ୍ତର ଓଡ଼ିଶା ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପବନର ବେଗ ୫୦ରୁ ୭୦ କିମି ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୨୪ ଘଣ୍ଟା ଓଡ଼ିଶା ଉପକୂଳ ସମ୍ପୂର୍ଣ୍ଣ ଅଶାନ୍ତ ରହିବ। ତେଣୁ ୨୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପଗସାର, ଓଡ଼ିଶା ଉପକୂଳ ଓ ନିକଟବର୍ତ୍ତୀ ଅଞ୍ଚଳ ଏବଂ ୨୮ ଓ ୨୯ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ ଅଞ୍ଚଳ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଓଡ଼ିଶାର ସମସ୍ତ ବନ୍ଦର ପାଇଁ ଦୁଇ ନମ୍ବର ସିଗନାଲ୍ ଜାରି ହୋଇଛି।

  • jmjnewso

    Related Posts

    ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

    Spread the love

    Spread the loveଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ…

    କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!