ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କଲେ ମୁଖ୍ୟମନ୍ତ୍ରୀ, ଆଜି ପାଇଁ ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

Spread the love

ଜେଏମଜେ ବ୍ୟୁରୋ : ଟଳିଯାଇଛି ସିଭିୟର ସାଇକ୍ଲୋନ ମୋନ୍ଥା । ଗତକାଲି ସନ୍ଧ୍ୟା ୭ ଟାରୁ ରାତି ୧୧ ଟା ମଧ୍ୟରେ କାକିନାଡ଼ା ଠାରୁ ଦକ୍ଷିଣକୁ ୨୪ କିଲୋମିଟର ଅମଲାପୁରମ ଠାରେ ଲ୍ୟାଣ୍ଡଫଲ କରିଛି । ପ୍ରାୟ ୩ରୁ ୪ ଘଣ୍ଟା ଯାଏଁ ଚାଲିଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ସମୟରେ ଘଂଟାପ୍ରତି ୯୦ ରୁ ୧୦୦ କିଲୋମିଟର ରହିଥିଲା । ତେବେ ଏହାର ପ୍ରଭାବ ଓଡିଶା ଉପରେ ବିଶେଷ ଭାବରେ ପଡ଼ିନାହିଁ ।
ଦିନ ବେଳା ଦକ୍ଷିଣ ଗଜପତି, ଗଞ୍ଜାମ ଜିଲାରେ ପ୍ରାୟ ୧୦୦ ମିମି ବର୍ଷା ହୋଇଛି। ମାଲକାନଗିରିରେ ତାହାର ବିଶେଷ ପ୍ରଭାବ ଦେଖାଯାଇ ନାହିଁ।

ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ରାତି ୯ଟା ସମୟରେ ରାଜୀବ ଭବନସ୍ଥିତ ଓସଡମା କାର୍ଯ୍ୟାଳୟରେ ବାତ୍ୟା ନିୟନ୍ତ୍ରଣ କକ୍ଷ ପରିଦର୍ଶନ କରି ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଶ୍ରୀ ମାଝୀ ସେଠାରେ ଉପସ୍ଥିତ ରହି ନିୟନ୍ତ୍ରଣ କକ୍ଷ କାର୍ଯ୍ୟ ତଦାରଖ କରିଥିଲେ। ଏହି ଅବସରରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ କହିଥିଲେ, ଶୂନ୍ୟ ଜୀବନ ହାନି ଲକ୍ଷ୍ୟ ନେଇ ରାଜ୍ୟ ସରକାର କାମ କରୁଛନ୍ତି। ପ୍ରତ୍ୟେକ ଆଶ୍ରୟସ୍ଥଳରେ ସବୁ ବର୍ଗର ଲୋକଙ୍କ ପାଇଁ ଉତ୍ତମ ବ୍ୟବସ୍ଥା କରାଯାଇଛି। ଏବେ ସୁଦ୍ଧା ୧୭୮୧୭ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ସେହିପରି ୨୧୯୮ ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିବାବେଳେ ଆଉ ୬୫୧ ଗର୍ଭବତୀଙ୍କୁ ସ୍ଥାନାନ୍ତର ପାଇଁ ଚିହ୍ନଟ କରାଯାଇଛି। ବାତ୍ୟା ପରବର୍ତ୍ତୀ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରହିବ।

ଶକ୍ତି, ପୂର୍ତ୍ତ, କୃଷି, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ବିଭାଗକୁ ଦାୟିତ୍ବ ବଣ୍ଟନ କରାଯାଇଛି। ରେଳ ମନ୍ତ୍ରୀ ମୋ ସହ ଫୋନ୍‌ରେ ଆଲୋଚନା କରି ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ। ପରିସ୍ଥିତି ଭଲ ରହିଲେ ବାତିଲ ହୋଇଥିବା ଟ୍ରେନ୍ ଚଳାଚଳ ଆରମ୍ଭ ପାଇଁ ଅନୁମତି ଦିଆଯିବ। ବନ୍ୟା, ବାତ୍ୟା ପରିଚାଳନା ଦିଗରେ ଓଡ଼ିଶାର ବେଶ୍ ଭଲ ଦକ୍ଷତା ରହିଛି। ତେଣୁ ରାଜ୍ୟବାସୀ ଆତଙ୍କିତ ନ ହୋଇ ସତର୍କ ରହିବା ଆବଶ୍ୟକ।

ସେପଟେ ବାତ୍ୟା ପରବର୍ତ୍ତୀ ଅବସ୍ଥାକୁ ନେଇ ଆଜି ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଓ କାଲି ପାଇଁ ଅତିପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଆଦି ରହିଛି । ଅନ୍ୟ ୬ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି । ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି ଏବଂ ଅନ୍ୟ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ନଭେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 22 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 18 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 27 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 36 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ