ରାଜ୍ୟକୁ ଫେରୁଛି ଶୀତ: ଏଥର ବିଳମ୍ବ ରେ ଆସି ଶୀଘ୍ର ଫେରିବ ଶୀତ।

Spread the love

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗର ତଥା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା। ଓଡିଶା ଉପରେ କମ ରହିବ ପ୍ରଭାବ । କିନ୍ତୁ ବାତ୍ୟା ମୋନ୍ଥାର ଅବଶିଷ୍ଟାଂଶ ବର୍ତ୍ତମାନ ବିହାର ଉପରେ ସକ୍ରିୟ ରହିଛି । ଯାହା ପ୍ରଭାବରେ ଓଡିଶା ମଧ୍ୟକୁ ବର୍ତ୍ତମାନ ପୂର୍ବାଳୀ ବାୟୁ ପ୍ରବେଶ କରୁଛି । ଆଜି ପଶ୍ଚିମ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ଥିବାବେଳେ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ,ଅନୁଗୁଳ, ଢେଙ୍କାନାଳ,ବାଲେଶ୍ଵର, ମୟୁରଭଞ୍ଜ,କେଉଁଝର,ଦେଓଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ର କିଛି କିଛି ଅଞ୍ଚଳରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏପଟେ ଆଜିଠୁ ରାଜ୍ୟକୁ ଫେରୁଛି ଶୀତ। ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉତ୍ତର ଆଭ୍ୟନ୍ତରୀଣ ବିଭିନ୍ନ ସ୍ଥାନରେ ଅନୁଭୂତ ହେବ ପ୍ରବଳ ଥଣ୍ଡା । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଥଣ୍ଡା ବାୟୁ ପ୍ରଭାବ । ୧ ରୁ ୨ ଡିଗ୍ରୀ କମିବ ରାତ୍ରି ତପମାତ୍ରା । ଆସନ୍ତା ୨ ତାରିଖରୁ ସାରା ରାଜ୍ୟରେ କମିବ ରାତି ତାପମାତ୍ରା। ରାଜ୍ୟରେ ଅନୁଭୂତ ହେବ ଶୀତ । ୨ ରୁ ୩ ଦିନ ମଧ୍ୟରେ ୩ ରୁ ୪ ଡିଗ୍ରୀ କମିବ ରାତି ତାପମାତ୍ର। ଏପଟେ ପାଣିପାଗ ବିଶେଷଜ୍ଞଙ୍କ ଆକଳନ ବିଳମ୍ବରେ ଆସି ଶୀଘ୍ର ଚାଲିଯିବ ଚଳିତବର୍ଷ ଶୀତ।

  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 22 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 18 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 27 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 36 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ