ପୁଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଗିରଫ

Spread the love

ଜେଏମଜେ ବ୍ୟୁରୋ : ଓଡ଼ିଶା ପୁଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ ଗିରଫ କରିଛି। ଅଭିଯୁକ୍ତ ଶଙ୍କରକୁ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ଉତ୍ତରାଖଣ୍ଡରୁ ଗିରଫ କରିଥିବା ଜଣାପଡ଼ିଛି। ଏହି ଘଟଣାର ପର୍ଦ୍ଦାଫାସ ହେଲା ପରେ ଶଙ୍କର ସିଧାସଳଖ ନେପାଳ ପଳାୟନ କରିଥିଲା। ତେବେ ପୁଲିସ ଶଙ୍କରକୁ ଖୋଜିଖୋଜି ଉତ୍ତରାଖଣ୍ଡରେ ଠାବ କରିଥିଲା। ଗିରଫ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ କ୍ରାଇମବ୍ରାଞ୍ଚ ଓଡ଼ିଶାକୁ ନେଇ ଆସୁଛି। ମୁଖ୍ୟ ଅଭିଯୁକ୍ତ ଠାରୁ ଆହୁରି ଅଧିକ ତଥ୍ୟ ହାସଲ କରିବ ବୋଲି ଆଶା କରାଯାଉଛି। 

ବହୁ ଚର୍ଚ୍ଚିତ ପୁଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ସମ୍ବନ୍ଧିତ ଦୁର୍ନୀତିର ଚେର ବିଭିନ୍ନ ରାଜ୍ୟକୁ ବ୍ୟାପିଛି, ଆନ୍ତ-ରାଜ୍ୟ ଅପରାଧୀ ସଂଗଠନଙ୍କ ସଂପୃକ୍ତି ଥିବାର ସନ୍ଦେହ କରାଯାଉଛି। ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି। ଏସବୁକୁ ଦୃଷ୍ଟିରେ ରଖି, ଏହି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏବଂ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀମାନଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସିବିଆଇକୁ ଦେବା ପାଇଁ ନିର୍ଣ୍ଣୟ କରିଛନ୍ତି।

ସୂଚନାଯୋଗ୍ୟ, ଗତମାସ ପୁଲିସ ଚାକିରିରେ ଜାଲିଆତି ସୁରକ୍ ମିଳିଥିଲା। ପ୍ରଶ୍ନପତ୍ର ଲିକ୍ ବଡ଼ ଯୋଜନା ପଣ୍ଡ କରିଥିଲା ବ୍ରହ୍ମପୁର ପୁଲିିସ। ​​​​​​​ସେପ୍ଟେମ୍ବର ୨୯ ତାରିଖ ରାତିରେ ୧୨୦ ଜଣ ପରୀକ୍ଷାର୍ଥୀଙ୍କୁ ଆନ୍ଧ୍ରପ୍ରଦେଶରୁ ଉଠାଇ ଆଣିଥିଲା ପୁଲିସ। ତେବେ ବିଶ୍ଵସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପରୀକ୍ଷାର୍ଥୀଙ୍କୁ ୩ଟି ବସରେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ନିଆଯାଉଥିଲା। ସେଠାରେ ରଖି ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ସହ ଉତ୍ତର କୁହାଯାଇଥାନ୍ତା। ପ୍ରଶ୍ନ ଉତ୍ତର ଅଭ୍ୟାସ ପରେ ସେମାନଙ୍କୁ ଆଣି ପରୀକ୍ଷା କେନ୍ଦ୍ରରେ ଛାଡ଼ିବାକୁ ଯୋଜନା ହୋଇଥିଲା। ଏଥିପାଇଁ ମୋଟା ଅଙ୍କର ଅର୍ଥ ପରୀକ୍ଷାର୍ଥୀଙ୍କ ଠାରୁ ନିଆଯାଇଥିବା ଚର୍ଚ୍ଚା ହେଉଛି। ହେଲେ ସେମାନେ ଠିକଣା ଜାଗାରେ ପହଞ୍ଚିବା ପୂର୍ବରୁ ପୁଲିସ ତାଙ୍କୁ ଉଠାଇ ଆଣିଥିଲା। 

  • jmjnewso

    Related Posts

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 17 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 28 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ