ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ଐତିହାସିକ କଟକ ବାଲିଯାତ୍ରା -୨୦୨୫ ଉଦ୍‌ଘାଟିତ

Spread the love

ଜେଏମଜେ ବ୍ୟୁରୋ : ଚଳଚଞ୍ଚଳ ବାଲିଯାତ୍ରା ପଡ଼ିଆ, ଗଡ଼ଗାଡ଼ିଆ ଘାଟରେ ଲାଗିଲା ଡଙ୍ଗା । ଆରମ୍ଭ ହେଲା ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ ବାଲିଯାତ୍ରା କଟକ-୨୦୨୫ର ଶୁଭ ଉଦ୍‌ଘାଟନ କରିଛନ୍ତି । ନଉକାରେ ମୁଖ୍ୟମନ୍ତ୍ରୀ ଗଡ଼ଗଡ଼ିଆ ଘାଟରେ ପହଞ୍ଚି ଡଙ୍ଗା ଭସାଇବା ସହ ଆରମ୍ଭ ହୋଇଛି ଐତିହାସିକ ବାଲିଯାତ୍ରା କଟକ ।

ବାଲିଯାତ୍ରାର ଶୁଭ ଉଦ୍‌ଘାଟନ ସହ ପ୍ରଥମ ସନ୍ଧ୍ୟାରେ ତଳ ବାଲିଯାତ୍ରା ପଡ଼ିଆର ଗଣକବି ବୈଷ୍ଣବ ପାଣି ମଞ୍ଚରେ ଉଦ୍‌ଘାଟନୀ ଉତ୍ସବ ଆରମ୍ଭ ହୋଇଛି । ଏହା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ ।

ଏହି ଅବସରରେ ଭାରତରେ ଅବସ୍ଥାପିତ ଇଣ୍ଡୋନେସିଆର ରାଷ୍ଟ୍ରଦୂତ ଇନା ଏଚ୍. କୃଷ୍ଣମୂର୍ତ୍ତି ଓ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କଟକ ସାଂସଦ ଭର୍ତ୍ତୃହରି ମହତାବ ଉପସ୍ଥିତ ଅଛନ୍ତି । ଗଣକବି ବୈଷ୍ଣବ ପାଣି ମଞ୍ଚରେ ସନ୍ଧ୍ୟା ୯ଟା ପର୍ଯ୍ୟନ୍ତ ଉଦ୍‌ଘାଟନୀ ଉତ୍ସବ ଚାଲିବ ।

ଏହାପରେ ରାତି ୯ଟାରୁ ୯ଟା ୪୫ ପର୍ଯ୍ୟନ୍ତ ଗ୍ରୁପ୍ ଓଡ଼ିଶୀ ନୃତ୍ୟ ଦେଖିବାକୁ ପାଇବେ ଦର୍ଶକ । ଗୁଞ୍ଜନ ଡ୍ୟାନ୍ସ ଏକାଡେମୀ ଏବଂ କଟକ ସୂର ମନ୍ଦିରର ମୀରା ଦାସ ଓ ଜ୍ୟୋସ୍ନାରାଣୀ ସାହୁ ଓଡ଼ିଶୀ ନୃତ୍ୟ ପରିବେଷଣ କରିବେ ।

ଏହା ପରେ ପରେ ରାତି ୯ଟା ୪୫ରୁ ୧୦ଟା ୧୫ ପର୍ଯ୍ୟନ୍ତ ଦର୍ଶକଙ୍କ ମନ ମୋହିବ ଇଣ୍ଡୋନେସିଆ ନୃତ୍ୟ । ଇଣ୍ଡୋନେସିଆର ଏର୍ଣ୍ଣି ୱାହୟୁନି ପରିବେଷଣ କରିବେ ବଲବାନ ଆଣ୍ଡ ଦ ବାଟଉନ ଏଥନି ଫ୍ୟୁଜନ୍ ବ୍ୟାଣ୍ଡ୍ । ତା’ପରେ ରାତି ୧୦ଟା ୧୫ରୁ ୧୧ଟା ପର୍ଯ୍ୟନ୍ତ ପୁରୀର ଫେଟ୍ ଫାଇଟର ମଲଖମ୍ବ ଟ୍ରଷ୍ଟ, ପୁରୀ ପକ୍ଷରୁ ଜ୍ଞାନ ରଞ୍ଜନ ମହାନ୍ତି ‘ମଲଖମ୍ବ’ ନୃତ୍ୟ ପରିବେଷଣ ହେବ ।

ଐତିହାସିକ ବାଲିଯାତ୍ରା କଟକ-୨୦୨୫ର ଉଦ୍‌ଘାଟନୀ ଉତ୍ସବରେ ସମ୍ମାନିତ ଅତିଥି ଅଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ, କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା, ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ।ଚୌଦ୍ଵାର-କଟକ ବିଧାୟକ ସୌଭିକ ବିଶ୍ଵାଳ, ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ନିଆଳି ବିଧାୟକ ଛବି ମଲ୍ଲିକ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ ସମ୍ମାନିତ ଅତିଥି ଭାବେ ଆମନ୍ତ୍ରଣ କରାଯାଇଛି ।

ବଡ଼ମ୍ବା ବିଧାୟକ ବିଜୟ କୁମାର ଦଳବେହେରା, କଟକ ଜିଲ୍ଲା ପରିଷଦ ଅଧ୍ୟକ୍ଷ କିଶୋର ଚନ୍ଦ୍ର ମିଶ୍ର, କଟକ ମେୟର ସୁବାସ ଚନ୍ଦ୍ର ସିଂହ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ ସଚିବ ଅନୁ ଗର୍ଗ, ପୋଲିସ କମିଶନର ଏସ୍.ଦେବଦତ୍ତ ସିଂ, କେନ୍ଦ୍ରାଞ୍ଚଳ ରାଜସ୍ଵ ଆୟୁକ୍ତ ଗୁହା ପୁନମ୍ ତାପସ କୁମାରଙ୍କୁ ସମ୍ମାନିତ ଅତିଥି ଭାବେ ଆମନ୍ତ୍ରଣ କରାଯାଇଛି ।

  • jmjnewso

    Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 29 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 56 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 21 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 26 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ