ଆଗକୁ ଥରେଇବ ଶୀତ: ରାତିର ତାପମାତ୍ରା ୪ ଡିଗ୍ରି ସେଲସିୟସ୍ ପର୍ଯ୍ୟନ୍ତ ହ୍ରାସ ପାଇବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

Spread the love

ଜେଏମଜେ ବ୍ୟୁରୋ : ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ-ଥଣ୍ଡା ପବନ ପ୍ରଭାବରେ ଗତ କିଛି ଦିନ ମଧ୍ୟରେ ରାତିର ତାପମାତ୍ରା ପ୍ରାୟ ପାଞ୍ଚ ଡିଗ୍ରି ସେଲସିୟସ ହ୍ରାସ ପାଇଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ ଅନୁଭବ ହେବା ଆରମ୍ଭ ହୋଇଛି।ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରି ସେଲସିୟସ ତଳେ ରହିଛି। ପାଣିପାଗ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ତିନି ଡିଗ୍ରି ସେଲସିୟସ୍ ହ୍ରାସ ପାଇଛି।

ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ଭାବରେ ପଞ୍ଜିକୃତ ହୋଇଛି। ଫୁଲବାଣୀ ସହରର ତାପମାତ୍ରା ୧୫.୦ ଡିଗ୍ରି ରେକର୍ଡ କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖିବାକୁ ମିଳିଛି। କୋରାପୁଟରେ  ସକାଳେ ଘନ କୁହୁଡ଼ି ସହରକୁ ଘୋଡ଼ାଇ ରଖିଥିବା ବେଳେ ରାଉରକେଲା, ଭବାନୀପାଟନାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି।

ଭୁବନେଶ୍ୱର ର ରାତିର ସର୍ବନିମ୍ନ ତାପମାତ୍ରା ୨୦.୫ ଡିଗ୍ରି ରହିଛି। କଟକର ତାପମାତ୍ରା ୨୦.୨ ଡିଗ୍ରି ରହିଛି। ସେହିପରି ପାରଳାଖେମୁଣ୍ଡିର ରାତିର ତାପମାତ୍ରା ୩୫.୦ ଡିଗ୍ରି ରହିଛି। ଜି.ଉଦୟଗିରି ହିଲ୍ ଷ୍ଟେସନର ତାପମାତ୍ରା ୧୩.୦ ଡିଗ୍ରି ରହିଛି।

 ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଥିବା ଶୁଷ୍କ-ଥଣ୍ଡା ପବନ ପ୍ରଭାବରେ ଆଗାମୀ ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା ୨ ରୁ ୪ ଡିଗ୍ରି ସେଲସିୟସ୍ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ  ପୂର୍ବାନୁମାନ କରାଯାଇଛି। 

  • jmjnewso

    Related Posts

    ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

    Spread the love

    Spread the loveଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ…

    କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…