ପିତବାସ ପଣ୍ଡା ହତ୍ୟା ମାମଲା..ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୱକାଲତନାମା ଦାଖଲ କଲେ ୨୦୯ଜଣ ଓକିଲ।

Spread the love

ଜେଏମଜେ ବ୍ୟୁରୋ : ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲା, ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୱକାଲତନାମା ଦାଖଲ କଲେ ୨୦୯ଜଣ ଓକିଲ। ପୂର୍ବରୁ ବିକ୍ରମଙ୍କ ସପକ୍ଷରେ ୪୦ରୁ ଉର୍ଦ୍ଧ୍ବ ଓକିଲ ୱକାଲତନାମା ଦାଖଲ କରିଥିଲେ । ଗୁରୁବାର ବିକ୍ରମଙ୍କ ଓକିଲ ଏକ ପିଟିସନ ବ୍ରହ୍ମପୁର ଏସ ଡିଜେଏମଙ୍କ କୋର୍ଟରେ ଦାଖଲ କରିଥିଲେ। ପୀତବାସ ହତ୍ୟା ମାମଲାରେ ବିକ୍ରମ ଙ୍କ ସଂପୃକ୍ତି ନାହିଁ ବୋଲି ଦାବି କରି ତାଙ୍କୁ ମାମଲାରୁ ମୁକ୍ତ ପାଇଁ ଏହି ପିଟିସନ ଦାଖଲ କରାଯାଇଥିଲା।

ଆଜି ବିପକ୍ଷରେ ୨୦୯ ଜଣ ଓକିଲ ୱକାଲତନାମା ଦାଖଲ କରିଥିବା ଜଣାପଡିଛି। ସେପଟେ ପୀତବାସ ପଣ୍ଡା ହତ୍ୟା ମାମଲା । ହାଇକୋର୍ଟରେ ଲିଖିତ ଉତ୍ତର ରଖିଲେ ବ୍ରହ୍ମପୁର ଏସ୍‌ପି । ଗଣମାଧ୍ୟମରେ ରଖିଥିବା ବୟାନ ଉପରେ ଜବାବ ମାଗିଥିଲେ ହାଇକୋର୍ଟ। ଏହାକୁ ନେଇ ଲିଖିତ ଭାବେ ଉତ୍ତର ରଖିଛନ୍ତି ବ୍ରହ୍ମପୁର ଏସପି ।

ତାଙ୍କ ବୟାନ କୁ ଅଦାଲତ ଅବମାନନା ଭାବେ କାହିଁକି ବିବେଚନା କରାଯିବ ନାହିଁ ସେ ନେଇ ଲିଖିତ ଜବାବ ଦାଖଲ କରିଛନ୍ତି ଏସ ପି । ତେବେ ସତ୍ୟପାଠ ଜରିଆରେ ଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୦ ତାରିଖ ଶୁଦ୍ଧା ଜବାବ ଦାଖଲ ପାଇଁ ନିର୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ। ସେହିଦିନ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ସେପେଟ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ବାର ଆସୋସିଏସନ ସମ୍ପାଦକ ଓକିଲ ସିମାଞ୍ଚଳ ନନ୍ଦ ଙ୍କୁ ମରାଣାତ୍ମକ ଆକ୍ରମଣ ! ଦୁଇ ଜଣ ବ୍ୟକ୍ତି ଖଣ୍ଡାରେ ଆକ୍ରମଣ କରିବା ସମୟରେ ସିମାଞ୍ଚଳ ହାତ ଦେଖାଇଦେବାରୁ ବାମ ହାତରେ ଆଘାତ ଲାଗିଛି, ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତିକରି ଚିକିତ୍ସା କରାଯାଉଛି । ପୂର୍ବ ଶତ୍ରୁତା କୁ ନେଇ ଆକ୍ରମଣ ହୋଇଥିବା ଅନୁମାନ କରାଯାଉଥିବାବେଳେ ପ୍ରତି ଆକ୍ରମଣ ରେ ଆକ୍ରମଣ କାରି ମଧ୍ୟ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ବୁଗୁଡ଼ା ପୁଲିସ୍ ପହଞ୍ଚି ତଦନ୍ତ ଚଳାଇଛି

  • jmjnewso

    Related Posts

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 31 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 60 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 21 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 27 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ