ସରିଆସୁଛି ପ୍ରଚାର, ହାତରେ ମାତ୍ର ଆଉ ଗୋଟିଏ ଦିନ…

Spread the love

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ କମ୍ପୁଛି ନୂଆପଡ଼ା ପ୍ରଚାର ମଇଦାନ । ଶନିବାର ପୁଣି ରଣଭୂମିକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ । ରୋଡ୍‌ ସୋ ସହ ଜନସଭା କରିବେ ମୋହନ ମାଝୀ । ଶେଷ ଦୁଇ ଦିନ ପ୍ରଚାରରେ ବିରୋଧୀ ବିଜେଡି ଓ କଂଗ୍ରେସ ବି ଲଗାଇବେ ସବୁ ବଳ । ମତଦାନ ତାରିଖ ପାଖେଇ ଆସୁଥିବାବେଳେ ମଇଦାନରେ ବଳ କଷୁଛନ୍ତି ସବୁ ଦଳର ମୁଖିଆ । ଶୁକ୍ରବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପ୍ରଚାର ପରେ ଶନିବାର ପୁଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜୟ ଢୋଲକିଆଙ୍କୁ ଧରି ପ୍ରଚାର କରିବେ । ବିଭିନ୍ନ ସ୍ଥାନରେ ରୋଡ୍ ସୋ ସହ ଜନସଭାକୁ କରିବେ ସମ୍ବୋଧନ । ସେପଟେ କଂଗ୍ରେସ ମଧ୍ୟ ଜାରି ରଖିଛି ପ୍ରଚାର । ନୂଆପଡ଼ାର ବିଭିନ୍ନ ଗାଁରେ ଡେରା ପକାଇଛନ୍ତି ପିସିସି ସଭାପତି, ପୂର୍ବତନ ସଭାପତିଙ୍କ ସମେତ ବହୁ ଛାମୁଆ ନେତା ।

ଅନ୍ୟପଟେ ଦେଖିବାକୁ ଗଲେ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍ ସନ୍ଥ ଗୋପାଲନ ପ୍ରେସମିଟ୍ କରି କହିଛନ୍ତି, “୯ ତାରିଖ ସନ୍ଧ୍ୟା ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍ ।” ସେହି ୪୮ ଘଣ୍ଟା ସମସ୍ତ ନିୟମ ମାନିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ମତଦାନ ଆରମ୍ଭର ୪୮ ଘଣ୍ଟା ପୂର୍ବ ସମୟ ପାଇଁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଯାହାକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ପ୍ରଶାସନକୁ କୁହାଯାଇଛି ।

ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବର ଅବଧି ଅର୍ଥାତ ନୀରବ ଅବଧି, କୌଣସି ରାଜନୈତିକ ପ୍ରଲୋଭନ କିମ୍ବା ପ୍ରଚାର ଦ୍ୱାରା ପ୍ରଭାବିତ ନ ହୋଇ, ଭୋଟରମାନଙ୍କୁ ସେମାନଙ୍କ ମତଦାନର ନିରପେକ୍ଷ ନିଷ୍ପତ୍ତି ନିର୍ଣ୍ଣୟ କରିବା ପାଇଁ ଯୋଗାଇ ଦିଆଯାଇଥାଏ । ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରକାରର ପ୍ରଚାର କାର୍ଯ୍ୟ ସରିବ ।

ସମସ୍ତ ରାଜନୈତିକ ବ୍ୟକ୍ତିବିଶେଷ ଏବଂ କାର୍ଯ୍ୟକର୍ତ୍ତା, ଯେଉଁମାନଙ୍କୁ ସମ୍ପୃକ୍ତ ନିର୍ବାଚନ ମଣ୍ଡଳୀ ବାହାରୁ ଅଣାଯାଇଥାଏ, ପ୍ରଚାର ଅବଧି ଶେଷ ହେବା ପରେ ସେମାନେ ସେହି ନିର୍ବାଚନ ମଣ୍ଡଳୀରେ ଆଉ ରହି ପାରିବେ ନାହିଁ ।

ଜନପ୍ରତିନିଧିତ୍ୱ ଆଇନ୍, ୧୯୫୧ର ଧାରା ୧୨୬ ଅନୁଯାୟୀ, ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ କୌଣସି ସାଧାରଣ ସଭା କିମ୍ବା ଶୋଭାଯାତ୍ରା ଆୟୋଜନ ହେବ ନାହିଁ । ସେଥିରେ ଯୋଗ ଦେବା କିମ୍ବା ସମ୍ବୋଧନ କରିବା ବର୍ଜନୀୟ । ସିନେମା, ଟେଲିଭିଜନ କିମ୍ବା କୌଣସି ସମାନ ଧରଣର ମାଧ୍ୟମରେ ନିର୍ବାଚନୀ ବିଷୟବସ୍ତୁ ପ୍ରଦର୍ଶନ କରାଯିବ ନାହିଁ । ଭୋଟରମାନଙ୍କୁ ପ୍ରଭାବିତ କରିବା ଉଦ୍ଦେଶ୍ୟରେ ସଂଗୀତ, ସାଂସ୍କୃତିକ କିମ୍ବା ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ ହେବ ନାହିଁ । ଏହି ସବୁ ନିୟମର ଉଲ୍ଲଂଘନ କ୍ଷେତ୍ରରେ ୨ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ, ଜରିମାନା କିମ୍ବା ଉଭୟ ହୋଇପାରେ ।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 1 ଅଗଷ୍ଟ 2026

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ