ନୂଆପଡ଼ା ଉପନିର୍ବାଚନ: ଅପରାହ୍ନ ୪ଟାରୁ ଲାଗୁ ହେଲା ସାଇଲେଣ୍ଟ ଅବଧି

Spread the love

ଜେଏମଜେ ବ୍ୟୁରୋ : ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ ପାଇଁ ପଡ଼ିବ ଭୋଟ୍ । ଏଥିପାଇଁ ଆଜି ପ୍ରଚାର ଶେଷ ହୋଇଛି । ନୂଆପଡ଼ାରେ ଅପରାହ୍ନ ୪ ଟାରୁ ସାଇଲେଣ୍ଟ ଅବଧି ଲାଗୁ ହୋଇଛି । ତେବେ ଏହି ସମୟ ମଧ୍ୟରେ କେବଳ ଏକାକୀ ପ୍ରାର୍ଥୀ ଘରକୁ ଘର ବୁଲି ପ୍ରଚାର କରିପାରିବେ । ରାତି ୧୦ଟା ପରେ ପ୍ରଚାର ସମ୍ପୂର୍ଣ୍ଣ ଭାବେ ବନ୍ଦ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।

ଅଣାଯାଇଥାଏ, ପ୍ରଚାର ଅବଧି ଶେଷ ହେବା ପରେ ସେମାନ ସେହି ନିର୍ବାଚନ ମଣ୍ଡଳୀରେ ଆଉ ରହି ପାରିବେ ନାହିଁ ।

ସେହିପରି ଅନ୍ୟ ଜିଲ୍ଲାରୁ ଯେଉଁ ନେତା ଓ କର୍ମୀମାନେ ନୂଆପଡ଼ା ଆସିଥିଲେ ସେମାନେ ଜିଲ୍ଲା ଛାଡ଼ି ସାରିଛନ୍ତି । ଆମେ ଆଶା କରୁଛୁ ସବୁ ପୋଲିଂ ଶାନ୍ତି ଶୃଙ୍ଖଳାରେ ହେବ । ତେବେ ନୂଆପଡ଼ାରେ ୪୭ଟି ସମ୍ବେଦନଶୀଳ ବୁଥ୍ ରହିଛି । ସୁରକ୍ଷା ପାଇଁ ପୋଲିସ ଓ କେନ୍ଦ୍ରୀୟ ସୁରକ୍ଷା ବଳ ସମସ୍ତ ବୁଥ୍‌ରେ ମୁତୟନ ହୋଇଛନ୍ତି । ପୋଲିଂ ପାର୍ଟି କାଲି ବାହାରି ସନ୍ଧ୍ୟା ସୁଦ୍ଧା ପୋଲିଂ ବୁଥ୍‌ରେ ପହଞ୍ଚିବେ । ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ନେଇ ଆଶାବାଦୀ ଅଛନ୍ତି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।

ଜନପ୍ରତିନିଧିତ୍ୱ ଆଇନ୍ ୧୯୫୧ର ଧାରା ୧୨୬ ଅନୁଯାୟୀ, ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ କୌଣସି ସାଧାରଣ ସଭା କିମ୍ବା ଶୋଭାଯାତ୍ରା ଆୟୋଜନ ହେବ ନାହିଁ । ସେଥିରେ ଯୋଗ ଦେବା କିମ୍ବା ସମ୍ବୋଧନ କରିବା ବର୍ଜନୀୟ । ସିନେମା, ଟେଲିଭିଜନ କିମ୍ବା କୌଣସି ସମାନ ଧରଣର ମାଧ୍ୟମରେ ନିର୍ବାଚନୀ ବିଷୟବସ୍ତୁ ପ୍ରଦର୍ଶନ କରାଯିବ ନାହିଁ । ଭୋଟରମାନଙ୍କୁ ପ୍ରଭାବିତ କରିବା ଉଦ୍ଦେଶ୍ୟରେ ସଂଗୀତ, ସାଂସ୍କୃତିକ କିମ୍ବା ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ ହେବ ନାହିଁ । ଏହି ସବୁ ନିୟମର ଉଲ୍ଲଂଘନ କ୍ଷେତ୍ରରେ ୨ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ, ଜରିମାନା କିମ୍ବା ଉଭୟ ହୋଇପାରେ ।

  • jmjnewso

    Related Posts

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ…

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    Leave a Reply

    Your email address will not be published. Required fields are marked *

    You Missed

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 27 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 46 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 87 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 28 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 31 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ