ଜେଏମଜେ ବ୍ୟୁରୋ : ରାଜ୍ୟରେ ଲାଗୁହେବ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟବୀମା…
ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ସ୍ବାସ୍ଥ୍ୟବୀମା ଖୁବଶୀଘ୍ର ଲାଗୁ ହେବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ମଙ୍ଗଳବାର ସୂଚନାଦେଇଛନ୍ତି। ୧ କୋଟି ପରିବାରର ସାଢ଼େ ୩ କୋଟି ଲୋକ ପାଇବେ ସ୍ବାସ୍ଥ୍ୟକାର୍ଡ। କାର୍ଡରେ ଦେଶର ୨୭ ହଜାର ହସ୍ପିଟାଲରେ ସ୍ବାସ୍ଥ୍ୟସେବା ପାଇ ପାରିବେ।
୭୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ମଧ୍ୟ ପାଇବେ ସ୍ବାସ୍ଥ୍ୟ ବୀମା ସୁବିଧା। ଆୟୁଷ୍ମାନରେ ୬୭ ଲକ୍ଷ ପରିବାର, ଗୋପବନ୍ଧୁରେ ୩୩ ଲକ୍ଷ ପରିବାର ସାମିଲ ହେବେ। ପୁରୁଷଙ୍କୁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କୁ ୧୦ ଲକ୍ଷ ପର୍ଯ୍ୟନ୍ତ ସ୍ବାସ୍ଥ୍ୟବୀମା ମିଳିବ ବୋଲି ମନ୍ତ୍ରୀ କହିଛନ୍ତି।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ









