ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ

Spread the love

ଜେଏମଜେ ବ୍ୟୁରୋ : ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ଦେଇଛନ୍ତି ସୂଚନା। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ, ବସ୍‌ଷ୍ଟାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ ଆଇଆଇସିଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ହୋଇଛି। କେବଳ ପୁରୀ ନୁହେଁ ଦିଲ୍ଲୀ ବିସ୍ଫୋରଣ ପରେ ବଢ଼ିଲା ହୀରାକୁଦ ଡ୍ୟାମ୍‌ ସୁରକ୍ଷା। ହୀରାକୁଦ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ନେଇ ସମ୍ବଲପୁର ଏସ୍‌ପି ଦେଇଛନ୍ତି ସୂଚନା। ବିଭିନ୍ନ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ପୋଲିସ ପକ୍ଷରୁ ଯାଞ୍ଚ ଆରମ୍ଭ ହୋଇଛି। ସେହିପରି ଓଡିଶା ସୀମାବର୍ତ୍ତୀ ଅଞ୍ଚଳ ଗୁଡିକରେ ମଧ୍ୟ ହାଇଆଲର୍ଟ ଜାରି କରାଯାଇଛି।

ସୂଚନା ଥାଉକି, ଦିଲ୍ଲୀର ଲାଲକିଲ୍ଲା ନିକଟରେ ଏକ କାରରେ ଜୋରଦାର ବିସ୍ଫୋରଣ ଘଟିଛି। କାରଟି ମେଟ୍ରୋ ଷ୍ଟେସନ ନିକଟରେ ପାର୍କିଂ କରାଯାଇଥିଲା। ବିସ୍ଫୋରଣ ଯୋଗୁଁ ପ୍ରବଳ ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ଆଖପାଖ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଏହି ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୦ ଜଣଙ୍କ ମୃତ୍ୟୁ ସହ ଆଉ ୨୪ ଜଣ ଆହତ ସୂଚନା ରହିଛି। ୨୪ ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ବିସ୍ଫୋରଣ ଯୋଗୁଁ ଆଖପାଖରେ ଥିବା କାରରେ ନିଆଁ ଲାଗିଯାଇଥିଲା।

ଯଦିଓ ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ନିଆଁକୁ ଆୟତ କରିବା ପାଇଁ ପ୍ରାୟ ୭ଟି ଅଗ୍ନିଶମ ବାହିନୀ ଗାଡ଼ି ଏବଂ ଏକ ପୋଲିସ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ଦିଲ୍ଲୀ ପୋଲିସ ସୂତ୍ର ଅନୁସାରେ ବିସ୍ଫୋରଣ ବହୁତ ଜୋରରେ ହୋଇଥିଲା। ଡିସିପି, ସ୍ପେଶାଲ୍ ସେଲ୍ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତେବେ ଫୋରେନସିକ୍ ଏବଂ ବୈଷୟିକ ବିଶେଷଜ୍ଞମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଯାଞ୍ଚ କରୁଛନ୍ତି।

  • jmjnewso

    Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 32 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 63 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 22 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 27 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ