ଗଣଶିକ୍ଷା ବିଭାଗର ଆଉ ଏକ ନିଷ୍ପତ୍ତି: ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲ ପିଲାଙ୍କର ୟୁନିଫର୍ମ ରଙ୍ଗ ବଦଳିବ!

Spread the love

ଜେଏମଜେ ବ୍ୟୁରୋ : ଗଣଶିକ୍ଷା ବିଭାଗର ଆଉ ଏକ ନିଷ୍ପତ୍ତି: ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲ ପିଲାଙ୍କର ୟୁନିଫର୍ମ ରଙ୍ଗ ବଦଳିବ!
ନିକଟରେ ରାଜ୍ୟ ସରକାର ହାଇସ୍କୁଲ ପିଲାଙ୍କର ୟୁନିଫର୍ମକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଥିଲେ । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ୟୁନିଫର୍ମ ରଙ୍ଗ ବଦଳାଇବା ନେଇ ପଦକ୍ଷେପ ଗ୍ରହଣ କରାଯାଇଥିଲା । ପୂର୍ବରୁ ପିଲାମାନେ ସବୁଜ ରଙ୍ଗର ୟୁନିଫର୍ମ ପିନ୍ଧୁଥିବା ବେଳେ ଏବେ ବାଦାମୀ ରଙ୍ଗର ପୋଷାକ ପିନ୍ଧିବା ନେଇ କୁହାଯାଇଥିଲା ।
ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ଛାତ୍ରଛାତ୍ରୀ ନୂଆ ବାଦାବୀ ରଙ୍ଗର ୟୁନିଫର୍ମ ପରିଧାନ କରିବେ । ରାଜ୍ୟ ସରକାରଙ୍କ ତରଫରୁ ଏହି ସମସ୍ତ ସ୍କୁଲକୁ ୟୁନିଫର୍ମ ଯୋଗାଇ ଦିଆଯିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଥିଲା ।

ତେବେ ଏହା ଆଗକୁ ଆବଶ୍ୟକ ପଡ଼ିଲେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲ (ଏଲିମେଣ୍ଟାରୀ)ର ପିଲାଙ୍କର ୟୁନିଫର୍ମ ରଙ୍ଗ ପରିବର୍ତ୍ତନ କରାଯିବ । ରାଜନୈତିକ ଉଦ୍ଦେଶ୍ୟ ରଖି ଯଦି ରଙ୍ଗ ପରିବର୍ତ୍ତନ କରାଯାଇଥିବ ତେବେ ତାହାକୁ ବଦଳାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ତେବେ କେବଳ ୟୁନିଫର୍ମ ନୁହେଁ, ସ୍କୁଲ କୋଠାର ରଙ୍ଗ ମଧ୍ୟ ବଦଳାଇବାକୁ ଯୋଜନା କରାଯାଇଥିବା ଜଣାପଡ଼ିଛି । ପ୍ରାଥମିକ ପର୍ଯ୍ୟାୟରେ ହାଇସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ପରିବର୍ତ୍ତନ କରାଯିବା ପରେ ଦ୍ୱିତୀୟ ପର୍ଯ୍ୟାୟରେ ଏଲିମେଣ୍ଟାରୀ ସ୍କୁଲ ପିଲାଙ୍କର ୟୁନିଫର୍ମ ରଙ୍ଗ ପରିବର୍ତ୍ତନ କରାଯିବ । ପ୍ରଥମେ ହାଇସ୍କୁଲ ପିଲାଙ୍କର ପୋଷାକର ରଙ୍ଗ ପରିବର୍ତ୍ତନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

  • Related Posts

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

    Spread the love

    Spread the loveପୁରୁଷୋତ୍ତମପୁର :ଜେଏମଜେ ନ୍ୟୁଜ : ବିଶ୍ବର ପ୍ରାଚୀନତମ ଭାଷା ସଂସ୍କୃତ ଭାଷା। ବେଦଠାରୂ ଆରମ୍ଭ କରି ପୁରାଣ ଓ ଉପନିଷଦ ଆଦି ସଂସ୍କୃତ ଭାଷାରେ ରଚିତ। ଯୁଗେ ଯୁଗେ ସଂସ୍କୃତ ଭାଷାର ମହତ୍ତ୍ଵ ରହିଆସିଛି।ପାଠ୍ୟ ବିଷୟ ବସ୍ତୁ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ