ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ, ତହସିଲଦାରଙ୍କୁ ମିଳିଲା କ୍ଷମତା

Spread the love

ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ପୁରୁଣା ପଞ୍ଜୀକୃତ କବଲା ସଂଶୋଧନ କ୍ଷମତା ତହସିଲଦାରଙ୍କୁ ପ୍ରଦାନ
ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ କ୍ଷମତା
..

ଜେଏମଜେ ବ୍ୟୁରୋ : ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ । ପୁରୁଣା ପଞ୍ଜୀକୃତ କବଲା କିମ୍ବା ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ ପାଇଁ ତହସିଲଦାରଙ୍କୁ କ୍ଷମତା ଦିଆଗଲା । ମୁଖ୍ୟମନ୍ତ୍ରୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍‌ସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି ।

ଏଣିକି ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ କିଣିଥିବା ଜମିର ଜମି ପଟ୍ଟା ବନ୍ଦୋବସ୍ତ ଅଧିକାରୀ କ୍ରେତାଙ୍କ ନାମରେ କରନ୍ତି । କିନ୍ତୁ ଯଦି କୌଣସି କାରଣ ଯୋଗୁଁ ବନ୍ଦୋବସ୍ତ ପ୍ରକ୍ରିୟାରେ ଏହି ଜମିପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ୍ କରିଥାନ୍ତି । ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ, ଏହି ଅପିଲ ଗୁଡିକ ବର୍ଷ ବର୍ଷ ଧରି ଫଇସଲା ନହୋଇ ପଡି ରହିଥାଏ ।

କିନ୍ତୁ ଏବେ ରୁଲ୍ ସଂଶୋଧନ ଦ୍ବାରା ଏପରି ମାମଲାରେ ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାରମାନେ କ୍ଷମତାପ୍ରାପ୍ତ ହେବେ । ଏହାଦ୍ବାରା କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ । ସେମାନଙ୍କୁ ରାଜସ୍ବ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବା ଆଉ ଦରକାର ପଡିବ ନାହିଁ ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 27 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 46 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍