ବିଜେଡିକୁ ବଡ଼ ଝଟକା, ସମ୍ମାନ ରଖିଲା କଂଗ୍ରେସ

Spread the love

ଜେଏମଜେ ବ୍ୟୁରୋ : ନୂଆପଡ଼ାରେ ବିଜେଡିକୁ ବଡ଼ ଝଟକା। ୨୫ ବର୍ଷର ଶାସନ ପରେ କ୍ଷମତାଚ୍ୟୁତ ହୋଇଥିବା ବିଜୁ ଜନତା ଦଳକୁ ନୂଆପଡ଼ାରେ କେବଳ ପରାଜୟର ସାମ୍ନା କରିବାକୁ ପଡ଼ିନାହିଁ, ବରଂ ୩ୟ ସ୍ଥାନରେ ରହି ବଡ଼ ବିଫଳତାର ସ୍ଵାଦ ଚାଖିଛି। ଖୋଦ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବାରମ୍ବାର ନୂଆପଡ଼ାରେ ପ୍ରଚାର କରିଥିଲେ ହେଁ ଭୋଟରଙ୍କୁ ଆକର୍ଷିତ କରିବାରେ ବିଫଳ ହୋଇଛନ୍ତି।

ନବୀନ କ୍ରେଜ ନୂଆପଡ଼ାରେ ଫିକା ପଡ଼ିଯାଇଛି। ରାଜନୀତିରେ ୨୫ ବର୍ଷର ଅଭିଜ୍ଞତା ଶେଷରେ ହାର ମାନିଛି। ଏହି ପରାଜୟ ପରେ ବିଜେଡି ଶିବିରରେ ନିରାଶା ଦେଖିବାକୁ ମିଳିଛି। ଅନ୍ୟପଟେ କଂଗ୍ରେସ ୨ୟ ସ୍ଥାନରେ ରହି ନିଜର ସମ୍ମାନ ରଖିଛି।

ଶୁକ୍ରବାର ଭୋଟ ଗଣତି ଆରମ୍ଭରୁ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୨ୟ ସ୍ଥାନରେ ରହିଆସୁଥିଲେ। ହେଲେ ଅନେକ ରାଉଣ୍ଡରେ କମ୍‌ ଭୋଟ ମିଳିବାରୁ ଶେଷରେ ୩ୟ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଜୟ ଢୋଲକିଆ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦ୍ଵୀ ତଥା କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କଠାରୁ ୮୩ ହଜାର ୭୪୮ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।ଜୟଙ୍କୁ ୧ ଲକ୍ଷ ୨୩ ହଜାର ୮୬୯ ଭୋଟ ମିଳିଥିବାବେଳେ ଘାସିରାମଙ୍କୁ ୪୦ ହଜାର ୧୨୧ ଏବଂ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୩୮ ହଜାର ୪୦୮ ଖଣ୍ଡ ଭୋଟ ମିଳିଛି।

ନୂଆପଡ଼ାରେ କାହାକୁ କେତେ ଭୋଟ୍ ମିଳିଲା

  • ଜୟ ଢୋଲକିଆ (ବିଜେପି): ୧,୨୩,୮୬୯
  • ଘାସିରାମ ମାଝୀ (କଂଗ୍ରେସ): ୪୦,୧୨୧
  • ସ୍ନେହାଙ୍ଗିନୀ ଛୁରିଆ (ବିଜେଡି): ୩୮,୪୦୮
  • ଲୋଚନ ସିଂହ ମାଝୀ (ସ୍ବାଧୀନ): ୨,୧୩୭
  • ଲକ୍ଷ୍ମୀକାନ୍ତ ତାଣ୍ଡି (ସ୍ବାଧୀନ): ୧,୩୨୨
  • କିଶୋର କୁମାର ବାଗ (ସ୍ବାଧୀନ): ୭୪୩
  • ଭୁବନଲାଲ ସାହୁ (ସ୍ବାଧୀନ): ୭୨୧
  • ହେମନ୍ତ ତାଣ୍ଡି (ସ୍ବାଧୀନ): ୬୬୨
  • ଚକ୍ରାନ୍ତ ଜେନା (ସ୍ବାଧୀନ): ୫୨୯
  • ଭକ୍ତବନ୍ଧୁ ଧରୁଆ (ସ୍ବାଧୀନ): ୫୧୧
  • ରମାକାନ୍ତ ହାତୀ (ସମାଜବାଦୀ ପାର୍ଟି): ୪୮୯
  • ନୀତା ବାଗ (ସ୍ବାଧୀନ): ୫୨୯
  • ଆଶ୍ରୟ ମହାନନ୍ଦ (ସ୍ବାଧୀନ): ୧୯୧
  • ସୁକଧର ଦଣ୍ଡସେନା (ଓଡ଼ିଶା ଜନତା ପାର୍ଟି): ୧୬୭
  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 1 ଅଗଷ୍ଟ 2026

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ