ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ ହୋଇଯାଇଛି

Spread the love

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଆଜି. ସରକାରୀ ବାଳିକା ହାଇସ୍କୁଲ ଠାରେ ଉଦଯାପିତ ହୋଇଯାଇଛି ବିଇଓ ଅଭିମନ୍ୟୁ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଖଲିକୋଟ ଶିକ୍ଷକ ତାଲିମ କେନ୍ଦ୍ର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡ଼ା ଯୋଗ ଦେଇଥିଵା ବେଳେ ସମ୍ମାନିତ ଅତିଥି ଭାବେ ABEO ରବି ନାରାୟଣ ବେହେରା, ମାଧବ ଚନ୍ଦ୍ର ମାଝୀ, ପ୍ରଧାନ ଶିକ୍ଷକ ସିମାଞ୍ଚଳ ପାଣି, ଅଶୋକ ସ୍ୱାଇଁ, ପ୍ରଧାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ଦାଶ ପ୍ରମୁଖ ଯୋଗ ଦେଇଥିଲେ. ଗାଁ ଗହଳି ବିଦ୍ୟର୍ଥୀ ଙ୍କ ମଧ୍ୟରେ ଲୁଚି ରହିଥିବା ପ୍ରତିଭା କୁ ଲୋକ ଲୋଚନ କୁ ଆଣିବାକୁ ସରକାରଙ୍କ ଏହି କାର୍ଯ୍ୟକ୍ରମ ବୋଲି ମତ ରଖିଥିଲେ ଅତିଥି ମାନେ ଏହି ପରିପ୍ରେକ୍ଷୀରେ କ୍ଲଷ୍ଟର ସ୍ତରରେ କୃତି ପ୍ରତିଭା ମାନେ ଆଜି ବ୍ଲକ ସ୍ତରୀୟ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିଲେ

ସେହିପରି ଅପରାହ୍ନ ରେ କବିସୂର୍ଯ୍ୟନଗର ବିଡ଼ିଓ ଶୁଶ୍ରୀ ସାଗରୀକା ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ.. ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ପ୍ରତିନିଧି ଶ୍ରୀକାନ୍ତ ମହାପାତ୍ର, ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ପଣ୍ଡା ପ୍ରମୁଖ ଯୋଗ ଦେଇ ପୁରସ୍କାର ବିତରଣ କରିଥିଲେ. କାର୍ଯ୍ୟକ୍ରମ କୁ ସମସ୍ତ CRCC ପରିଚାଳନା କରିଥିବା ବେଳେ ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ..

  • Related Posts

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    “କଲ୍ଲୋଳ–୨୦୨୫” ଅନୁଷ୍ଠିତ

    Spread the love

    Spread the loveକରଞ୍ଜିଆ: ଜେଏମଜେ ନ୍ୟୁଜ: ( ଜିତେନ୍ଦ୍ରରାଜ): ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଷଷ୍ଠ ବାର୍ଷିକ ଉତ୍ସବ “କଲ୍ଲୋଳ–୨୦୨୫” ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ର ଭାରପ୍ରାପ୍ତ ଅଧ୍ୟକ୍ଷା ସୁଶ୍ରୀ ଗାୟତ୍ରୀ ଦେବଦତ୍ତ ଙ୍କ ସଭାପତିତ୍ୱ ରେ…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!