ନଭେମ୍ବର ୧୯ରେ ଇସ୍ତଫା ଦେବେ ନୀତୀଶ କୁମାର: ୨୦ ତାରିଖରେ ଶପଥ ଗ୍ରହଣ ଉତ୍ସବ

Spread the love

ଜେଏମଜେ ବ୍ୟୁରୋ : ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୨୦୨ ଆସନ ଜିତି NDA ଐତିହାସିକ ବହୁମତ ହାସଲ କରିଛି। ଏହି ଐତିହାସିକ ବିଜୟ ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଭେଟି ନଭେମ୍ବର ୧୯ରେ ଇସ୍ତଫା ଦେବେ ବୋଲି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ଜଣାଇଥିଲେ ଯେ, କ୍ୟାବିନେଟ୍ ନଭେମ୍ବର ୧୯ ତାରିଖରେ ୧୭ତମ ବିଧାନସଭା ଭଙ୍ଗ କରିବା ପ୍ରସ୍ତାବକୁ ଅନୁମୋଦନ କରିଛି। ବର୍ତ୍ତମାନର ବିଧାନସଭା ନଭେମ୍ବର ୧୯ରେ ଆନୁଷ୍ଠାନିକ ଭାବରେ ଶେଷ ହେବ। ସେପର୍ଯ୍ୟନ୍ତ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ଜାରି ରଖିବେ। ନଭେମ୍ବର ୧୯ ତାରିଖରେ ସେ ପୁଣି ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେବେ ଏବଂ ନୂତନ ସରକାର ଗଠନ ପାଇଁ ଦାବି କରିବେ।ତେବେ ନିର୍ବାଚନରେ ବିଜେପି ୮୯, ଜେଡିୟୁ ୮୫, ଏଲଜେଏପି (ରାମ ବିଳାସ) ୧୯ ଏବଂ ଅନ୍ୟାନ୍ୟ ସହଯୋଗୀ ଦଳ ୯ ଆସନ ଜିତିଥିଲା। ବହୁମତ ହାସଲ କରି ଏବେ ସରକାର ଗଢ଼ିବାକୁ ପ୍ରସ୍ତୁତ ହେଉଛି NDA।

ସରକାର ଗଠନ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ଆସନ୍ତା ୩ ଦିନ ମଧ୍ୟରେ ବିହାରରେ ସରକାର ଗଠନ ହେବ। ସୂଚନାନୁଯାୟୀ, ନଭେମ୍ବର ୨୦ ତାରିଖରେ ଶପଥ ଗ୍ରହଣ ଉତ୍ସବ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ଶପଥ ଗ୍ରହଣ ଉତ୍ସବ ପାଇଁ ଏବେ ପାଟନାର ଗାନ୍ଧୀ ମଇଦାନରେ ଜୋରଦା‌ର ପ୍ରସ୍ତୁତି ଚାଲିଛି। ଉତ୍ସବରେ ପ୍ରଧାନମନ୍ତ୍ରୀ ଏବଂ ବିଜେପି ନେତୃତ୍ବାଧୀନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ ବୋଲି ଜଣାପଡ଼ିଛି।



  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 36 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 78 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 24 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 30 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 80 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ