ହ୍ୟୁମାନ ସାଗରଙ୍କ ଦେହାନ୍ତ

Spread the love

ଜେଏମଜେ ବ୍ୟୁରୋ : ଆଉ ନାହାନ୍ତି ହ୍ୟୁମାନ ସାଗର । ଓଡ଼ିଶା ମାଟିର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ ହେଉଛନ୍ତି ହ୍ୟୁମାନ ସାଗର । ତାଙ୍କର ସଂଗୀତ ଓଡ଼ିଶା ଲୋକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ସେ କିଛି ଦିନ ହେବ ଅସୁସ୍ଥ ଥିବାରୁ ତାଙ୍କୁ ପ୍ରଥମେ କଟକର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ୧୪ ତାରିଖରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଦୁଇ ଦିନ ପୂର୍ବରୁ ଡାକ୍ତର କହିଥିଲେ ତାଙ୍କର ମଲ୍ଟି ଅର୍ଗାନ୍‌ ଫେଲ ହୋଇଛି । ସେ ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଥିଲେ ।

ହ୍ୟୁମାନଙ୍କ ଦେହାନ୍ତ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଅପୟୂରଣୀୟ କ୍ଷତି କହିଲେ ଭୁଲ ହେବନି। ଗତକାଲି ହ୍ୟୁମାନଙ୍କ ଚେତନା ଶକ୍ତିରେ ସାମାନ୍ୟ ସୁଧାର ଆସିଥିବା ଜଣାପଡ଼ିଥିଲା । ଡାକ୍ତର କହିଥିଲେ, ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କିନ୍ତୁ ତାପରେ ପୁଣି ବିଗିଡ଼ିଥିଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା । ତାଙ୍କୁ ୧୪ ତାରିଖରେ ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି କରାଯାଇଥିଲା ।

ଲିଭର ସିରୋସିସ୍ ହେଉଛି ଏକ ଦୀର୍ଘକାଳୀନ ରୋଗ ଯେଉଁଥିରେ ଯକୃତର ସ୍ୱାଭାବିକ କୋଷଗୁଡ଼ିକ ଧୀରେ ଧୀରେ ନଷ୍ଟ ହୋଇଯାଏ ଏବଂ ସେହି ସ୍ଥାନରେ କ୍ଷତିଗ୍ରସ୍ତ ତନ୍ତୁ ସୃଷ୍ଟି ହୁଏ । ଏହି କ୍ଷତିଗ୍ରସ୍ତ ତନ୍ତୁକୁ ‘ଫାଇବ୍ରୋସିସ୍’ କୁହାଯାଏ। ଏହି କାରଣରୁ ଯକୃତ କଠିନ ହୋଇଯାଏ ଏବଂ ତା’ର ସ୍ୱାଭାବିକ କାର୍ଯ୍ୟ କରିବା କ୍ଷମତା କମିଯାଏ । ଯକୃତର ମୁଖ୍ୟ କାର୍ଯ୍ୟ ହେଉଛି ଶରୀରରୁ ବିଷାକ୍ତ ପଦାର୍ଥ ବାହାର କରିବା, ଖାଦ୍ୟରୁ ପୁଷ୍ଟିକର ତତ୍ତ୍ୱ ପ୍ରକ୍ରିୟାକରଣ କରିବା ଏବଂ ରକ୍ତ ଜମାଟ ବାନ୍ଧିବାରେ ସାହାଯ୍ୟ କରୁଥିବା ପ୍ରୋଟିନ୍ ତିଆରି କରିବା । ସିରୋସିସ୍ ହେଲେ ଏହି ସବୁ କାର୍ଯ୍ୟରେ ବାଧା ସୃଷ୍ଟି ହୁଏ। ରୋଗ ଆରମ୍ଭରେ କୌଣସି ଲକ୍ଷଣ ଦେଖାଯାଏ ନାହିଁ, କିନ୍ତୁ ଯକୃତର ୯୦ ପ୍ରତିଶତ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ହେବା ପରେ ଏହାର ଲକ୍ଷଣ ଜଣାପଡ଼ିଥାଏ । ଅତ୍ୟଧିକ ମଦ୍ୟପାନ ଅନେକ ବର୍ଷ ଧରି ଅତ୍ୟଧିକ ମଦ୍ୟପାନ କରିବା ଲିଭର ସିରୋସିସର ଏକ ମୁଖ୍ୟ କାରଣ।

ରବିବାର ଏମ୍‌ସ ମାଡିକାଲରେ ହ୍ୟୁମାନ ସାଗରଙ୍କୁ ଭେଟିଥିଲେ ଅଭିନେତା ଅନୁଭବ ମହାନ୍ତି । ଏମ୍ସରେ ପହଞ୍ଚି ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବୁଝିଥିଲେ ଅନୁଭବ । ହ୍ୟୁମାନ ରେସପଣ୍ଡ କରୁଛନ୍ତି, ଯାହା ଆମ ପାଇଁ ଶୁଭ ସଙ୍କେତ ବୋଲି କହିଥିଲେ । କିନ୍ତୁ ସେ ଏହା ମଧ୍ୟ କହିଥିଲେ ଯେ ସେ ଶହେ ପ୍ରତିଶତ ସେନ୍ସରେ ନଥିଲେ ବି ତାଙ୍କ ସହ କଥା ହେଲେ ସେ ହଁ ନାଇଁ କହୁଛନ୍ତି’ । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ପଚାରି ବୁଝିଥିଲେ । ଆବଶ୍ୟକ ପଡ଼ିଲେ ତାଙ୍କୁ ଦିଲ୍ଲୀ ଏୟାର ଲିଫ୍ଟ କରାଯିବ ବୋଲି କହିଥିଲେ ।

  • jmjnewso

    Related Posts

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ…

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ (ସମୀର ରଞ୍ଜନ ନାୟକ ): ହିଟ୍ଓ୍ୱେଭ୍ ନେଇ ରାଜସ୍ୱ ବିଭାଗର ପ୍ରସ୍ତୁତି ବୈଠକ । ଜିଲ୍ଲାପାଳ ମାନଙ୍କ ସହ ବସିଥିବା ପ୍ରସ୍ତୁତି ବୈଠକରେ ହିଟ୍ଓ୍ୱେଭ୍ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର