ଆଜିଠୁ ବିଶ୍ୱ ଐତିହ୍ୟ ସପ୍ତାହ: ମାଗଣାରେ କୋଣାର୍କ ବୁଲିବେ ପର୍ଯ୍ୟଟକ

Spread the love

ଜେଏମଜେ ବ୍ୟୁରୋ : ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବୁଧବାର କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି I ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି I ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ହୋଇଥିବା କୋଣାର୍କ ସଂରକ୍ଷଣ ଅଧିକାରୀ ତ୍ରୈଲୋକ୍ୟ ନାଥ ବେହେରା ପ୍ରକାଶ କରିଛନ୍ତି।

ଦିଲ୍ଲୀ ଠାରେ ଆତଙ୍କବାଦୀମାନଙ୍କ ବଡ଼ ଧରଣର କାର ବିସ୍ପୋରଣ ଘଟଣାକୁ ନଜରରେ ରଖି ମଙ୍ଗଳବାର ଅପରାହ୍ନରେ ପୁରୀ ଏସପି ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ଦେଶବିଦେଶର ପର୍ଯ୍ୟଟକମାନଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରେ ରଖି ବିଶ୍ୱଐତିହ୍ୟ ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କରିବା ସହ ଟିକିନିଖି ବୁଲିଦେଖି ତଦାରଖ କରିଥିଲେ । ପ୍ରତେକ ଦିନ ସୂର୍ଯ୍ୟ ମନ୍ଦିର ବୁଲିବା ପାଇଁ ଦେଶବିଦେଶର ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଏଠାକୁ ଆସିଥାନ୍ତି । ନିକଟରେ ଆତଙ୍କବାଦୀ ଙ୍କ ଦ୍ଵାରା ଘଟିଥିବା ଦିଲ୍ଲୀ କାର ବିସ୍ପୋରଣ ଘଟଣା ପରେ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକମାନଙ୍କ ସୁରକ୍ଷା ପାଇଁ ପୁରୀ ଜିଲ୍ଲା ପୁଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏନେଇ ମଙ୍ଗଳବାର ଅପରାହ୍ନରେ ପୁରୀ ଏସପି ପ୍ରତୀକ ସିଂହଙ୍କ ନେତୃତ୍ବରେ ବରିଷ୍ଠ ପୁଲିସ ଅଧିକାରୀଙ୍କ ଏକ ଟିମି ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାର ଟିକିନିଖି ତଦାରଖ କରିବା ସହିତ ଏହାର ସ୍ଥିତି ଅନୁଧ୍ୟାନ କରିଥିଲେ।

ସୂଚନାଥାଉକି ବିଶ୍ୱଐତିହ୍ୟ ସୂର୍ଯ୍ୟମନ୍ଦିରର ସୁରକ୍ଷା ଦାୟିତ୍ୱ ଅସ୍ତ୍ରଶସ୍ତ୍ର ବିହୀନ କେତେଜଣ ହାତଗଣତି ଘରୋଇ ସୁରକ୍ଷା କର୍ମୀମାନଙ୍କୁ ଏଏସ ଆଇ ପକ୍ଷରୁ ନିୟୋଜିତ କରାଯାଇଛି। ଯାହା ବିଶ୍ୱଐତିହ୍ୟ ସୁରକ୍ଷାକୁ ନେଇ ଚିନ୍ତାପ୍ରକାଶ ପାଇଛି । ଫଳରେ ଆତଙ୍କବାଦୀଙ୍କ ସମ୍ଭାବ୍ୟ ଆକ୍ରମଣକୁ ନଜରରେ ରଖି ପୁରୀ ଜିଲ୍ଲା ପୁଲିସ ପକ୍ଷରୁ ସୂର୍ଯ୍ୟ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବା ସହ ପର୍ଯ୍ୟଟକମାନଙ୍କୁ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା କଡାକଡି କରିବା ପାଇଁ ପୁରୀ ଏସପି ପ୍ରତୀକ ସିଂହ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ସ୍ଥିତି ନିର୍ଣ୍ଣୟ କରିଥିଲେ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 46 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍