ରାଜ୍ୟରେ ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଆସନ୍ତା ଡିସେମ୍ବର ୨୫ ତାରିଖରୁ ରାଜ୍ୟରେ ମଣ୍ଡି ଖୋଲିବ । ଏନେଇ ଆଜି ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ମନ୍ତ୍ରୀ କହିଛନ୍ତି ଯେ, ସରକାର ଧାନ ନେବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ମିଲରମାନଙ୍କୁ ଗୋଦାମ ଖାଲି କରିବା ପାଇଁ ଦାୟିତ୍ୱ ମଧ୍ୟ ଦିଆଯାଇଛି । କିଛି କିଛି ସ୍ଥାନରେ ଗୋଦାମ ଖାଲି ହେଲାଣି । ଯେବେ ଧାନ ରେଡି ହୋଇଯିବ ସେବେ ମଣ୍ଡି ଖୋଲିବ ।

ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଅଧିକ ଧାନ ଚାଷ ହେଇଛି । ପଞ୍ଜୀକୃତ ସମସ୍ତ ଚାଷୀଙ୍କଠାରୁ ଧାନ କିଣାଯିବ । ୩୨ଟି ମଡେଲ ମଣ୍ଡି ପାଇଁ ଟେଣ୍ଡର ହୋଇଛି । ଏଥିପାଇଁ ୩୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ୧୦୦ଟି ମଡେଲ ମଣ୍ଡି ପାଇଁ ସରକାର ଯୋଜନା କରିଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।

ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ଖୋଲାହେବ । ଏ ନେଇ ଓଡ଼ିଶା ବ୍ରିଜ୍ କନଷ୍ଟ୍ରକସନ୍ କମ୍ପାନୀ (ଓବିସିସି)କୁ ଟେଣ୍ଡର ମଧ୍ୟ ଦିଆଯାଇଛି । ସରକାର ୩୧୩ କୋଟି ଟଙ୍କା ଓବିସିସିକୁ ଦେଇସାରିଛନ୍ତି । ଦ୍ବିତୀୟ ପର୍ଯ୍ୟାୟରେ ୬୨ଟି ମଡେଲ ମଣ୍ଡି ଖୋଲାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ