ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି

Spread the love

ଜେଏମଜେ ବ୍ୟୁରୋ : ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଅବସରରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର Parliamentary Research and Training Institute for Democracies (PRIDE) ତରଫରୁ ୧୨ଟି ଦେଶର ୪୦ ଜଣ ବିଦେଶୀ ପ୍ରତିନିଧି ମଙ୍ଗଳବାର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ସହିତ ଏକ ବୈଠକରେ ଯୋଗଦେଇଥିଲେ।

ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ଓଡ଼ିଶାର ଦୃଢ଼ ଗଣତାନ୍ତ୍ରିକ ପରମ୍ପରା ଏବଂ ବିଧାନସଭାର ୮୯ ବର୍ଷର ଉତ୍ସର୍ଗୀକୃତ ଜନସେବାର ଐତିହ୍ୟ ଉପରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ, ଓଡ଼ିଶା ରାଜ୍ୟ ବିଧାନସଭାର ସଂସଦୀୟ କାର୍ଯ୍ୟ ପ୍ରଣାଳୀ ଭାରତର ଅନ୍ୟତମ ସର୍ବଶ୍ରେଷ୍ଠ।

ଜୁନ୍ 2024 ରୁ ଜୁନ୍ 2025 ମଧ୍ୟରେ ଓଡିଶା ବିଧାନସଭା 62ଟି ବୈଠକ ପରିଚାଳନା କରିଛି ଏବଂ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଲ୍, 2024 ଉପରେ ରେକର୍ଡ 12 ଘଣ୍ଟା 25 ମିନିଟ୍ ବିତର୍କ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଧାନସଭା ପ୍ରକ୍ରିୟାର ଡିଜିଟାଲ୍ ରୂପାନ୍ତରଣ କ୍ଷେତ୍ରରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲିକେସନ୍‌ର ପୂର୍ଣ୍ଣ କାର୍ଯ୍ୟାନ୍ୱୟନ, ଇ-ପ୍ରଶାସନ ପାଇଁ OSWAS, ସମ୍ପୂର୍ଣ୍ଣ ଡିଜିଟାଲ୍ ଗୃହ, ଗବେଷଣା ଏବଂ ସୂଚୀକରଣ(Indexing) ପାଇଁ AI ର ବ୍ୟବହାର ଆଦି ଅନେକ ପଦକ୍ଷେପ ନିଆଯାଇଛି। ଡିଜିଟାଲ୍ ପ୍ରୟୋଗ କ୍ଷେତ୍ରରେ ଉତ୍କର୍ଷତା ପାଇଁ ଓଡିଶା ବିଧାନସଭା ଜାତୀୟ ପୁରସ୍କାର ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ବିଭିନ୍ନ ସଂସଦୀୟ କମିଟି ବ୍ୟବସ୍ଥାର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୁରୁତ୍ୱାରୋପ କରି ସେ କହିଥିଲେ ଯେ ଓଡ଼ିଶାର 10ଟି ବିଭାଗୀୟ ସ୍ଥାୟୀ କମିଟି ସମେତ 25ଟି କମିଟି ଗଠନ କରାଯାଇଛି। ଉନ୍ନତ ପ୍ରଶାସନ ସୁନିଶ୍ଚିତ କରିବା ପାଇଁ ଏହି କମିଟି ଗୁଡିକ “ମିନି-ପାର୍ଲିମେଣ୍ଟ” ଭାବରେ କାର୍ଯ୍ୟ କରୁଛି। ଓଡ଼ିଶା ନିକଟରେ ଅନୁସୂଚିତ ଜାତି ଏବଂ ଜନଜାତି କମିଟିର ଅଧ୍ୟକ୍ଷଙ୍କ ଜାତୀୟ ସମ୍ମିଳନୀକୁ ସଫଳତାର ସହିତ ଆୟୋଜନ କରିଥିଲା। ଏହା ଆମର Inclusive Governance ପ୍ରତି ପ୍ରତିବଦ୍ଧତାର ପ୍ରମାଣ ବୋଲି ସେ କହିଥିଲେ।

ଓଡ଼ିଶାର ସାଂସ୍କୃତିକ ସମୃଦ୍ଧି ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ, ରାଜ୍ୟକୁ ପୂର୍ବ ଭାରତର ସାଂସ୍କୃତିକ କେନ୍ଦ୍ର ଭାବରେ ବର୍ଣ୍ଣନା କରିଥିଲେ। ବିଦେଶୀ ପ୍ରତିନିଧିମାନେ ପୂର୍ବରୁ ପୁରୀ, କୋଣାର୍କ, ଧଉଳି ଏବଂ ଅନ୍ୟାନ୍ୟ ଐତିହ୍ୟସ୍ଥଳୀ ପରିଦର୍ଶନ କରିଥିଲେ। ସେମାନେ ଓଡ଼ିଶାର ଐତିହ୍ୟ ଓ ଆତିଥ୍ୟର ଉଚ୍ଚ ପ୍ରଶଂସା କରିଥିଲେ।

ଏହି ଅବସରରେ ରାଜ୍ୟସଭା ସାଂସଦ ସୁଜିତ କୁମାର କହିଛନ୍ତି ଯେ ବିଶ୍ୱ ଗଣତାନ୍ତ୍ରିକ ପରିବେଶରେ ଓଡ଼ିଶାର ବିଧାନସଭା ଏକ ଜାତୀୟ ମଡେଲ ଭାବରେ ଉଭା ହୋଇଛି। ଓଡ଼ିଶାର ବିଧାନସଭା ଶୃଙ୍ଖଳା, ଗଠନମୂଳକ ବିତର୍କ ଏବଂ ପ୍ରଯୁକ୍ତିବିଦ୍ୟା ନବସୃଜନର ଏକ ମଡେଲ । ଏଣୁ ସଂସଦୀୟ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ଯୁବ ବିଶ୍ୱ ପ୍ରତିନିଧିମାନଙ୍କୁ ଭାରତର ଅନନ୍ୟ ସଂସଦୀୟ ପରମ୍ପରା ଶିଖିବା ପାଇଁ ଏକ ବିରଳ ସୁଯୋଗ ପ୍ରଦାନ କରୁଛି।

ଉକ୍ତ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମକୁ ପ୍ରତିନିଧିତ୍ବ କରୁଥିବା ତୁର୍କମେନିସ୍ତାନର ମଜଲିସ୍ (ସଂସଦ) ସଦସ୍ୟ କରିମଗୁଲି ଗୁରବାଙ୍ଗୁଲିଭିଚ୍ ଗେଲଡିୟେଭ (Kerimguly Gurbangulyyevich Geldiyev), ଗଣତନ୍ତ୍ରରେ ସ୍ୱଚ୍ଛତା ଏବଂ ଡିଜିଟାଲ୍ ସଂସ୍କାର ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରଶଂସା କରିଛନ୍ତି ଏବଂ ଏହି ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ସମସ୍ତ ପ୍ରତିନିଧିଙ୍କ ପାଇଁ ସ୍ମରଣୀୟ ହେବ ବୋଲି କହିଥିଲେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ (ସଂସଦୀୟ ବ୍ୟାପାର) ସୁରେନ୍ଦ୍ର କୁମାର, ଓଡିଶା ବିଧାନସଭାର ସଚିବ ସତ୍ୟବ୍ରତ ରାଉତ, ନିର୍ଦ୍ଦେଶକ ପ୍ରାଇଡ ପ୍ରଶାନ୍ତ ମଲ୍ଲିକ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

  • jmjnewso

    Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 36 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 78 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 24 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 31 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 80 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ