୨୭ରେ ବିଧାନସଭା ଶୀତକାଳୀନ ଅଧିବେଶନ, ୨୬ରେ ସର୍ବଦଳୀୟ ବୈଠକ

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ କେମିତି ଚଳାଯିବ, କେମିତି ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ, ରାଜ୍ୟର ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବାକୁ କେମିତି ବିରୋଧୀଙ୍କୁ ପୁରା ସୁଯୋଗ ମିଳିବ, ସେ ସଂପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ଅଛି।

ଏହି ବୈଠକ ଶାସକ ଓ ବିରୋଧି ଦଳର ନେତାମାନେ ଯୋଗଦେବେ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଏହି ଅଧିବେଶନର ପ୍ରଥମ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ। ୨୮ରେ ଗୃହରେ ସରକାର ପ୍ରଥମ ଅତିରିକ୍ତ ବଜେଟ ଆଗତ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଗୃହରେ ଉପସ୍ଥାପିତ କରିବେ। ଏହା ଉପରେ ଡିସେମ୍ବର ୪, ୫ ଓ ୬ରେ ଆଲୋଚନା ହେବ । ୮ ତାରିଖରେ ଏ ସଂପର୍କିତ ବ୍ୟୟମଞ୍ଜୁରୀ ବିଲ୍ ଗୃହରେ ଆଗତ ହେବ।

ବିଧାନସଭାର ଏହି ଶୀତ ଅଧିବେଶନ ଡିସେମ୍ବର ୩୧ ଯାଏ ଚାଲିବ। ତେବେ ଏହି ଅଧିବେଶନ ବେଶ ସରଗରମ ହେବ ବୋଲି ଅନୁମାନ କରାଯାଉଛି । ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ଗୃହକୁ ସମ୍ବୋଧିତ କରିବା ହେବ ବେଶ ଉଲ୍ଲେଖନୀୟ ଘଟଣା।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 24 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 28 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍