ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ବାଲିରେ ଲାଗୁ ହେବ ଏମ୍‌ଏସ୍‌ପି

Spread the love

ଜେଏମଜେ ବ୍ୟୁରୋ : ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ପ୍ରଥମଥର ପାଇଁ ବାଲିରେ ଲାଗୁ ହେବ ଏମ୍‌ଏସ୍‌ପି । ମନଇଚ୍ଛା ଦର ବଢାଇ ବାଲି ବିକ୍ରି କରିପାରିବେନି ଲିଜ୍‌ଧାରୀ । ସରକାର ନିଦ୍ଧାର୍ରିତ କରିଥିବା ଏମ୍‌ଏସ୍‌ପି ଦରରେ ହିଁ ବାଲି ବିକ୍ରି କରାଯିବ । ଏମ୍‌ଏସ୍‌ପି ଦରରୁ ଟଙ୍କାଟିଏ ମଧ୍ୟ ଅଧିକ ଦରରେ ବିକ୍ରି ହେବନି ବାଲି ।
ଅଥାର୍ତ ସାରା ରାଜ୍ୟରେ ଗୋଟିଏ ଦରରେ ବିକ୍ରି ହେବ । ଏମ୍‌ଏସ୍‌ପି ଲାଗୁ ହେବା ଦ୍ବାରା ଟିକେ ଶସ୍ତାରେ ଲୋକଙ୍କୁ ମିଳିବ ବାଲି । ବେଆଇନ ଭାବେ ବାଲି ଉତ୍ତୋଳନ କରି କେହି ବିକ୍ରି କରିପାରିବେନି । ଗତକାଲି କ୍ୟାବିନେଟ ବୈଠକରେ ଲଘୁଖଣି ପାଇଁ ନିଲାମୀରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ସରକାର ।

ଏଣିକି ଇ-ଲଟେରୀ ଜରିଆରେ ମିଳିବ ଲଘୁ ଖଣି । ସେହିଭଳି ବାଲି ଗଚ୍ଛିତ କରି ରଖିବା ପାଇଁ ଷ୍ଟୋରେଜ ଲାଇସେନ୍ସ ଦେବେ ସରକାର । ବିନା ଷ୍ଟୋରେଜ ଲାଇସେନ୍ସରେ ବାଲି ଓ ଅନ୍ୟ ଲଘୁ ଖଣିଜ ପଦାର୍ଥ କେହି ବେଆଇନ ଗଚ୍ଛିତ କରି ରଖି କରିବେ ନାହିଁ । ଗତକାଲି କ୍ୟାବିନେଟ ବୈଠକରେ ଓଡ଼ିଶା ଲଘୁ ଖଣିଜ ରିହାତି ନିୟମ, ୨୦୧୬ର ସଂଶୋଧନ କରାଯାଇଛି । କ୍ୟାବିନେଟ ନିଷ୍ପତ୍ତି ପରେ ଏ ନେଇ ବଡ଼ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ…

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ (ସମୀର ରଞ୍ଜନ ନାୟକ ): ହିଟ୍ଓ୍ୱେଭ୍ ନେଇ ରାଜସ୍ୱ ବିଭାଗର ପ୍ରସ୍ତୁତି ବୈଠକ । ଜିଲ୍ଲାପାଳ ମାନଙ୍କ ସହ ବସିଥିବା ପ୍ରସ୍ତୁତି ବୈଠକରେ ହିଟ୍ଓ୍ୱେଭ୍ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର