ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷିବ

Spread the love


ଜେଏମଜେ ବ୍ୟୁରୋ : ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେବେ ଏହା ୨୪ରେ ଅବପାତରେ ପରିଣତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁୁ ସୂଚନା ମିଳିଛି।ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି।ଏହାର ପ୍ରଭାବରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଅନ୍ୟପକ୍ଷେ, ଓଡ଼ିଶାକୁ ପୁଣି ବାତ୍ୟା ଭୟ ଦେଖାଦେଇଛି। ମାସ ଶେଷ ଆଡକୁ ବାତ୍ୟା ଓ ବର୍ଷା ହେବା ନେଇ ବିଭିନ୍ନ ପାଣିପାଗ ମଡେଲ ସୂଚନା ଦେବା ପରେ ବିଶେଷକରି ରାଜ୍ୟର ଚାଷୀକୂଳ ଛାନିଆ ହୋଇପଡିଛନ୍ତି। ବିଲରେ ପାଚିଲା ଧାନ ଠିଆ ହୋଇଥିବାରୁ ସାମାନ୍ୟ ବର୍ଷା ହେଲେ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ପୁଣି ବାତ୍ୟା ହେଲେ ସବୁଗଲା ବୋଲି ଚାଷୀମାନେ କହିଛନ୍ତି। ଏଯାଏ ଭାରତୀୟ ପାଣିପାଗ ବିଭାଗ କିମ୍ବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବାତ୍ୟା ସଂକ୍ରାନ୍ତରେ କୌଣସି ସୂଚନା ଦିଆଯାଇ ନ ଥିଲେ ମଧ୍ୟ ବର୍ଷା ହେବା ନେଇ ସ୍ପଷ୍ଟ କରାଯାଇଛି।
ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍‌ ଅଫ୍‌ ମଲକ୍କାରେ ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ଶନିବାର ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ। ୨୪ ତାରିଖ ସୋମବାର ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେଇପାରେ। ପରବର୍ତ୍ତୀ ୪୮ଘଣ୍ଟାରେ ଅର୍ଥାତ୍‌ ୨୬ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ତେବେ ଆଗାମୀ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ। ଲଘୁଚାପ ସୃଷ୍ଟି ହେବା ପରେ ବର୍ଷା ଓ ବାତ୍ୟାର ରୂପରେଖ ସ୍ପଷ୍ଟ ହେବ ବୋଲି ଡ. ମହାନ୍ତି କହିଛନ୍ତି।

  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 22 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 18 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 27 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 36 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ