ଗରିବ ଲୋକଙ୍କୁ ମିଳିବ ୪ ଡିସିମିଲ ମାଗଣା ଜମି

Spread the love

ଜେଏମଜେ ବ୍ୟୁରୋ : ଗରିବ ଲୋକଙ୍କୁ ମିଳିବ ୪ ଡିସିମିଲ ମାଗଣା ଜମି। ଏନେଇ ଆଜି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଗରିବ ଲୋକଙ୍କୁ ୪ ଡିସିମିଲ ଜମି ଦେବା ରାଜ୍ୟ ସରକାରଙ୍କ ପ୍ରାଥମିକତା ଅଟେ।ଏଥିପାଇଁ ବର୍ତ୍ତମାନ ସର୍ଭେ କାମ ଚାଲିଥିବା ବେଳେ ତାହା ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ମନ୍ତ୍ରୀ ଆହୁରି କହିଛନ୍ତି ଯେ ସରକାରଙ୍କ ଲକ୍ଷ୍ୟ ଗରିବ ଲୋକ କିଭଳି ଜମି ପାଇବେ। ଗୋଟେ ପଟେ ହଜାର ହଜାର ଏକର ଜମି ସମ୍ପନ୍ନ ଲୋକଙ୍କ ପାଖରେ ଅଛି। ଅନ୍ୟପଟେ ଗରିବ ଲୋକ ୪ ଡିସିମିଲ ଘର ପାଇଁ ଜାଗା ପାଉନାହିଁ। ରାଜ୍ୟରେ ବର୍ତ୍ତମାନ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହେଲାଣି। ଯେଉଁ ଲୋକ ସାଧାରଣ ଜମି ସହ ଜଙ୍ଗଲ ଜମିକୁ ମଧ୍ୟ ଜବର ଦଖଲ କରି ରଖିଛନ୍ତି, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ସେମାନଙ୍କ ନିକଟରୁ ଜବର ଦଖଲ ମୁକ୍ତ ହେବ। ସେଇ ଜମିକୁ ଆଣି ଗରିବ ଲୋକଙ୍କୁ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଅପରପକ୍ଷେ ଯେଉଁ ଯେଉଁ ଜାଗା ଗରିବ ଲୋକଙ୍କ ଦଖଲରେ ଅଛି ଏବଂ ତାହା ଯଦି ଆପତ୍ତି ଜନକ ହୋଇନଥିବ। ସେଇ ଜାଗାରେ ହିଁ ଉକ୍ତ ଲୋକକୁ ସରକାର ୪ ଡିସିମିଲ ଜମି ପ୍ରଦାନ ସରକାର କରିବେ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ।

  • Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026