ରାଷ୍ଟ୍ରପତିଙ୍କ ଓଡିଶା ଗ୍ରସ୍ତ କୁ ନେଇ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା।

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଯାହାକୁ ନେଇ ସୋମବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।

ବିମାନବନ୍ଦର ନିର୍ଦ୍ଦେଶକ, ଡେପୁଟି ପୋଲିସ କମିଶନର (ଟ୍ରାଫିକ୍) ଏବଂ ଡିଆଇଜି (CISF)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ରାଷ୍ଟ୍ରପତିଙ୍କ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଭାରତୀୟ ବିମାନବନ୍ଦର ପ୍ରାଧିକରଣ, CISF, ଗୁଇନ୍ଦା ବ୍ୟୁରୋ, ଓଡ଼ିଶା ପୋଲିସ ଏବଂ ଅଗ୍ନିଶମ ସେବାର ଅଧିକାରୀମାନଙ୍କ ସହିତ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ, ପବ୍ଲିକ୍ ୱାର୍କସ୍ ବିଭାଗ, ବିଦ୍ୟୁତ୍ ବିଭାଗ ଏବଂ ଟ୍ରାଫିକ୍ ୱିଙ୍ଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ସାମିଲ ଥିଲେ।

ତେବେ ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍ ପୋଲିସ ମୁତୟନ କରାଯିବା ସହ ତାଙ୍କ ଚାରିପାର୍ଶ୍ଵରେ ଏକ ସୁରକ୍ଷା କବଚ ପ୍ରସ୍ତୁତ କରାଯିବା ନେଇ ମଧ୍ୟ ଏହି ବୈଠକରେ ଆଲୋଚନା କରାଯାଇଛି।

କମିଶନରେଟ୍ ପୋଲିସ ଏକ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟ ସ୍ଥାପନ କରିଛି ଯାହାକୁ ରାଷ୍ଟ୍ରପତିଙ୍କ ବଡିଗାର୍ଡ (PBG) କମାଣ୍ଡୋ ଏବଂ ଅନ୍ୟାନ୍ୟ ଉଚ୍ଚସ୍ତରୀୟ ୟୁନିଟ୍ ଦ୍ୱାରା ସୁଦୃଢ଼ କରାଯିବ। ବିମାନବନ୍ଦର ପରିସର ମଧ୍ୟରେ, ଭିତର କର୍ଡନ CISF ଦ୍ୱାରା ପରିଚାଳିତ ହେବ ଓ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନବନ୍ଦରରୁ ରାଜଭବନ ଏବଂ ରାଜଭବନରୁ ବିଧାନସଭା ପର୍ଯ୍ୟନ୍ତ ରାସ୍ତାରେ ମଧ୍ୟ ବ୍ୟାରିକେଡ୍ ନିର୍ମାଣ କରାଯିବ। ସାମଗ୍ରିକ ସୁରକ୍ଷା ତଦାରଖ ପାଞ୍ଚ ଜଣ DCP ପଦାଧିକାରୀ କରିବେ। ଏଥିସହିତ ସେଠାରେ ଆଉ ପାଞ୍ଚ ଜଣ ACP, ୨୦ ଜଣ ଇନ୍ସପେକ୍ଟର ଏବଂ ୩୦ ଜଣ ସହାୟକ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ।

ତେବେ ରାଷ୍ଟ୍ରପତି ନଭେମ୍ବର ୨୭ ଅପରାହ୍ନ ୨ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA)ରେ ପହଞ୍ଚିବେ ଓ ସେଠାରୁ ରାଜଭବନ ଅଭିମୁଖେ ଯିବେ।ସେଠାରେ ସେ ରାତ୍ରିଯାପନ ମଧ୍ୟ କରିବେ। ନଭେମ୍ବର ୨୮ରେ ହେବାକୁ ଥିବା ଶୀତକାଳୀନ ଅଧିବେଶନକୁ ରାଷ୍ଟ୍ରପତି ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଯାହାକି ପ୍ରଥମ ଥର ପାଇଁ କୌଣସି ରାଜ୍ୟ ବିଧାନସଭାରେ ହେବାକୁ ଯାଉଛି।ଏହାପରେ ସେ ଜୟଦେବ ଭବନରେ ଏକ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବା ନେଇ ସୂଚନା ମିଳିଛି।

  • jmjnewso

    Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 25 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 46 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 86 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 28 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 31 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ