ବିଧାନସଭା ଆରମ୍ଭ ପୂର୍ବରୁ କଡ଼ାକଡ଼ି ସିକ୍ୟୁରଟି ଯାଞ୍ଚ: 27 ରେ ଆସୁଛନ୍ତି ରାଷ୍ଟ୍ରପତି

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ସିକ୍ୟୁରଟି ଯାଞ୍ଚ କଡ଼ାକଡ଼ି କରାଯାଇଛି। ପୋଲିସ କମିଶନର ଏସ. ଦେବଦତ୍ତ ସିଂ ବିଧାନସଭା ପରିସରରେ ସୁରକ୍ଷା ଯାଞ୍ଚ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏ ନେଇ ବ୍ଲୁବୁକ୍ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଆସନ୍ତା ୨୭ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଗସ୍ତରେ ଆସିବେ। ଏଥିପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗସ୍ତ ସମୟରେ ଯେପରି କିଛି ତ୍ରୁଟି ନ ରହେ, ସେଥିଲାଗି ପୋଲିସ ବିଭିନ୍ନ ବିଭାଗ ସହ ଆଲୋଚନା କରିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୋମବାର ପୋଲିସ ଏବଂ ଅନ୍ୟାନ୍ୟ ବିଭାଗ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ୨୭ ତାରିଖ ଅପରାହ୍ନ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ସେ ଉକ୍ତଦିନ ରାଜଭବନରେ ରାତ୍ରି ଯାପନ କରିବେ। ୨୮ ତାରିଖରେ ବିଧାନସଭା କାର୍ଯ୍ୟକ୍ରମରେ ଯୋଗଦେବେ।

ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନବନ୍ଦର ପରିସରରେ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କଠୁ ଆରମ୍ଭ କରି ବିଧାନସଭା ବାହାରେ ପୋଲିସ କର୍ମଚାରୀଙ୍କ ମିଳିତ ସମନ୍ବୟରେ ସୁରକ୍ଷା ବ୍ୟବସ୍ଥା କରାଯିବ। ବିମାନବନ୍ଦରଠାରୁ ରାଜଭବନ ଓ ସେଠାରୁ ବିଧାନସଭା ପର୍ଯନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟାରିକେଡ୍‌ କରାଯିବ। ତେଣୁ ମିଳିତ ସମନ୍ବୟରେ ରାଷ୍ଟ୍ରପତିଙ୍କ ଗସ୍ତକୁ ସୁରୁଖୁରୁରେ କରିବା ପାଇଁ ବିମାନବନ୍ଦର କର୍ତ୍ତୃପକ୍ଷ, ସିଆଇଏସ୍‌ଏଫ୍‌, ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ, ଓଡ଼ିଶା ପୋଲିସ, ଅଗ୍ନିଶମ ବିଭାଗ, ଖୋର୍ଦ୍ଧା ଜିଲା ପ୍ରଶାସନ, ବିଦ୍ୟୁତ୍‌, ପିଡବ୍ଲ୍ୟୁଡି ଓ ଟ୍ରାଫିକ ବିଭାଗ, କ୍ୟାଟରିଂ ସଂସ୍ଥାର କର୍ମଚାରୀମାନେ ବୈଠକରେ ଉପସ୍ଥିତ ଥିଲେ।

ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ, ଟ୍ରାଫିକ ଡିସିପି, ହେଡ୍‌କ୍ବାର୍ଟର ଡିସିପିଙ୍କ ସହ ସିଆଇଏସ୍‌ଏଫ୍‌ ଡିଆଇଜି ପ୍ରମୁଖ ବୈଠକରେ ଉପସ୍ଥିତ ରହି ଆଲୋଚନା କରିଥିଲେ। ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୨୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯିବ। ସେହିପରି ବ୍ଲ୍ୟୁ-ବୁକ୍‌ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଡିସିପି ଜଗମୋହନ ମୀନା କହିଛନ୍ତି।

  • jmjnewso

    Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 29 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 46 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 88 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 28 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 31 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ