ସରିଲା ବିଜେଡି ବିଧାୟକ ଦଳ ବୈଠକ

Spread the love

ଜେଏମଜେ ବ୍ୟୁରୋ : ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତ ଅଧିବେଶନ । ଏତିରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିରୋଧୀ ଦଳ ବିଜେଡି । ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର ବିଧାୟକ ଦଳ ବୈଠକ ହୋଇଯାଇଛି । ରାଜ୍ୟରେ ଭୁଶୁଡ଼ଇ ପଡ଼ିଥିବା ଶାସନ ବ୍ୟବସ୍ଥାକୁ ଦଳ ଗୃହରେ ପ୍ରସଙ୍ଗ କରି ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ ସ୍ବର ଉତ୍ତୋଳନ କରିବାକୁ ଆଲୋଚନା ହୋଇଛି ।
ବୈଠକରେ ଦଳର ସମସ୍ତ ବିଧାୟକ ଯୋଗ ଦେଇଥିଲେ ।

ବୈଠକ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ବିରୋଧୀ ଦଳର ମୁଖ୍ୟ ସଚତକ ପ୍ରମିଳା ମଲ୍ଲିକ ଏବଂ ନୟାଗଡ଼ ବିଧାୟକ ଅରୁଣ ସାହୁ । ଦଳ ପକ୍ଷରୁ କୁହାଯାଇଛି, ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଥିବା ବିଧାନସଭାରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେଡି । ଦଳ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ ରାଜ୍ୟରେ ଚାକିରି ସୃଷ୍ଟି ହେଉନାହିଁ । ବିଜେଡି ସରକାର ଅମଳରେ ଯେଉଁ ନିଯୁକ୍ତି ହୋଇଥିଲା ସେତିକି ହିଁ ରହିଛି । ଚାକିରି ବିକ୍ରି ଏକ ଧାରା ପାଲଟିଛି । ବାଲି ଓ ପଥର ମାଫିଆମାନେ ଆତଙ୍କରାଜ ଚଳାଇଛନ୍ତି । ରାଜ୍ୟରେ ଏତେ ଅଶାନ୍ତି କେବେ ଦେଖା ଦେଇ ନଥିଲା । ମହିଳା ସଶକ୍ତିକରଣ ବାଟବଣା ହୋଇଛି । ରାଜ୍ୟରେ ଚାଲିଥିବା ମାଳ ମାଳ ପ୍ରସଙ୍ଗକୁ ବିଜେଡି ବିଧାନସଭାରେ ପ୍ରମୁଖ ପ୍ରସଙ୍ଗ କରିବ ବୋଲି ଦଳ କହିଛି ।

ବିଧାନସଭା ଶୀତ ଅଧିବେଶନ ପୂର୍ବରୁ କଂଗ୍ରେସ ବିଧାୟକ ଦଳର ବୈଠକ ଅନୁଷ୍ଠିତ ହୋଇଯାଇଛି । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୭ ଜଣ ବିଧାୟକ ଯୋଗ ଦେଇଥିଲେ । ବୈଠକରେ ଭୋଟ ଚୋରି, ବେକାରୀ ସମସ୍ୟା, ଆଇନଶୃଙ୍ଖଳା, ଦାଦନ, ଧାନମଣ୍ଡି ଆଦି ପ୍ରସଙ୍ଗରେ ଆଲୋଚନା ହୋଇଛି । ଏହାସହ ରାଜ୍ୟର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଅଧିବେଶନରେ ଉତ୍ଥାପନ କରାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି ।

ସେହିପରି ବିଜେପିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଳର ସମସ୍ତ ବିଧାୟକ ଓ ମନ୍ତ୍ରୀ ଯୋଗ ଦେଇଛନ୍ତି । ଶୀତ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତିଙ୍କ ଉଦବୋଧନ କାର୍ଯ୍ୟକ୍ରମ ରହିଛି । ଏହାକୁ କିପରି ସୂଚାରୁ ରୂପେ କରାଯିବ ସେନେଇ ବୈଠକରେ ଆଲୋଚନା ହୋଇଛି । ସେହିଭଳି ଅତିରିକ୍ତ ବଜେଟ୍ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ବିସ୍ତୃତ ଆଲୋଚନା ହୋଇଛି । ସର୍ବୋପରି ବିରୋଧୀ ଦଳର ଅକ୍ରମଣକୁ ପ୍ରତିହତ ପାଇଁ ଶାସକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛି ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍