ଗୃହରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅତିରିକ୍ତ ବଜେଟ୍‌ ମାଧ୍ୟମରେ ଓଡ଼ିଶାର ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ଶିଳ୍ପ, ସଂସ୍କୃତି, କୃଷି, ମହିଳା ସଶକ୍ତୀକରଣ ଆଦି ବିଭାଗର ବିକାଶ କରିବାକୁ ଲକ୍ଷ୍ୟ ରଖିଛନ୍ତି। 

ଅତିରିକ୍ତ ବଜେଟ୍‌ରେ ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ବ ଦେଇଛନ୍ତି। ପ୍ରାଥମିକ ଓ ଉଚ୍ଚଶିକ୍ଷାର ବିକାଶ ପାଇଁ ୨,୩୨୭ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହି ବଜେଟ୍‌ ମାଧ୍ୟମରେ ରାଜ୍ୟର ଶିକ୍ଷା ବିଭାଗ ଅଧିକ ଅଗ୍ରସର ହୋଇପାରିବ ବୋଲି ଆଶା କରାଯାଉଛି। ଏହି ଅତିରିକ୍ତ ବଜେଟ୍‌ରେ ଶିକ୍ଷା ପରେ କୃଷି ଏବଂ କୃଷକଙ୍କୁ ଦ୍ବିତୀୟ ସର୍ବାଧିକ ଗୁରୁତ୍ବ ଦିଆଯାଇଛି। ରାଜ୍ୟର ଚାଷୀମାନଙ୍କ ପାଇଁ ସରକାର ଅତିରିକ୍ତ ବଜେଟ୍‌ରେ ୧୬,୭୩ କୋଟି ଟଙ୍କାର ବ୍ୟବସ୍ଥା କରିଛନ୍ତି। ସେହିପରି ମହିଳା ଏବଂ ଶିଶୁ ବିକାଶ ବିଭାଗ ପାଇଁ ଅତିରିକ୍ତ ବଜେଟ୍‌ରେ ୧,୫୫୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।  

ଅତିରିକ୍ତ ବଜେଟ୍‌ରେ ଶିଳ୍ପ ଓ MSME ପାଇଁ ୩୩୭ କୋଟି ଟଙ୍କା, ମମତା ଯୋଜନା ପାଇଁ ୧୪୧ କୋଟି, ଗୋପବନ୍ଧୁ ଜନ ଆରୋଗ୍ୟ- ୪୪୦ କୋଟି, ବିପର୍ଯ୍ୟୟ ପରିଚାଳନା ପାଇଁ ୧୭୧ କୋଟି, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ପାଇଁ ୫୩୧ କୋଟି, ପ୍ରଶାସନିକ ଖର୍ଚ୍ଚ ପାଇଁ ୩, ୩୮୯ କୋଟି ଟଙ୍କା, ସାମାଜିକ ସେବା ପାଇଁ  ୫, ୯୪୮ କୋଟି ଟଙ୍କା, ସ୍ବାସ୍ଥ୍ଯ ବିଭାଗ ପାଇଁ ୧୧୬୪ କୋଟି ଟଙ୍କା, ପଞ୍ଚାୟତିରାଜ ବିଭାଗ ପାଇଁ ୬୧୬ କୋଟି ଟଙ୍କା, ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପାଇଁ ୩୬୩ କୋଟି ଟଙ୍କା, ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ଟଙ୍କା, ନନ୍ଦନକାନନର ବିକାଶ ପାଇଁ ୮୦ କୋଟି ଟଙ୍କା, ପରିବେଶ, ପର୍ଯ୍ୟଟନର ବିକାଶ ପାଇଁ ୮୦ କୋଟି, ବନ୍ୟପ୍ରାଣୀ ସଂରକ୍ଷଣ ଓ ସୁରକ୍ଷା ପାଇଁ ୨୫ କୋଟି ଓ ସହରୀ ବିକାଶ ପାଇଁ ୩୦୩ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି।  

  • jmjnewso

    Related Posts

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ…

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ (ସମୀର ରଞ୍ଜନ ନାୟକ ): ହିଟ୍ଓ୍ୱେଭ୍ ନେଇ ରାଜସ୍ୱ ବିଭାଗର ପ୍ରସ୍ତୁତି ବୈଠକ । ଜିଲ୍ଲାପାଳ ମାନଙ୍କ ସହ ବସିଥିବା ପ୍ରସ୍ତୁତି ବୈଠକରେ ହିଟ୍ଓ୍ୱେଭ୍ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର