ଓଡ଼ିଶାରାଜ୍ୟ ସଡ଼କ ନୀତି ପ୍ରସ୍ତୁତି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟରେ ପୂର୍ତ୍ତ, ଜଳ ସଂପଦ,ଗ୍ରାମ୍ୟ ଉନ୍ନୟନ,ନଗର ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ସମେତ ଜାତୀୟ ରାଜପଥ କର୍ତ୍ତୃପକ୍ଷଆଦି ଦ୍ୱାରା ନିର୍ମିତ ହୋଇଥିବା ଓ ନିର୍ମାଣ ହେବାକୁ ଥିବା ସଡକ ନେଟ୍ୱାର୍କର ସଫଳ କାର୍ୟ୍ୟ କାରିତା ସଂପର୍କରେ ଓଡ଼ିଶା ରାଜ୍ୟ ସଡ଼କ ନୀତି ପ୍ରସ୍ତୁତି କରାଯିବା ନେଇ ଗତ ଗୁରୁବାର ଅପରାହ୍ନରେ ଲୋକସେବାଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତହୋଇଥିଲା।

ଏହି ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜ ୟକୁମାର ସିଂ ଙ୍କ ସମେତ ସଂପୃକ୍ତ ବିଭାଗର ସର୍ବୋଚ୍ଚଯନ୍ତ୍ରୀ, ବିଭାଗୀୟ ଉଚ୍ଚ ପଦାଧିକାରୀ ଏବଂ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଆଞ୍ଚଳିକ ଅଧିକାରୀ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବୈଠକରେ ପୂର୍ତ୍ତ ବିଭାଗ ତରଫରୁ ଓଡ଼ିଶା ରାଜ୍ୟ ସଡ଼କ ନୀତି-୨୦୨୪ରେ ରହିଥିବା ବିଭିନ୍ନ ବିଷୟ ଉପରେ ଉପସ୍ଥାପନ କରାଯାଇଥିଲା ।

ରାଜ୍ୟରେ ଥିବା ସଡ଼କ ଭିତ୍ତି ଭୂମିର ସୁଦୃଢ଼ୀ କରଣ ଓ ଟ୍ରାଫିକ୍ ଦୃଷ୍ଟିରୁ କ୍ଷମତା ବୃଦ୍ଧି କରିବା, ଟ୍ରାଫିକ୍ ପରିଚାଳନା ଦୃଷ୍ଟିରୁ ଯୋଗୁଁ ଗୋଟିଏ ବିଭାଗ ଦ୍ୱାରା ନିର୍ମିତ ଓ ପରିଚାଳିତ ରାସ୍ତା ଅନ୍ୟ ବିଭାଗକୁ ହସ୍ତାନ୍ତର କରାଯିବା ନିମନ୍ତେ ଆନ୍ତଃ ବିଭାଗୀୟ ସଡ଼କ ସ୍ଥାନାନ୍ତର ବ୍ୟବସ୍ଥା, ସଡ଼କ ରକ୍ଷଣା ବେକ୍ଷଣ ପାଇଁ ନିରନ୍ତରତା ଭିତ୍ତିରେ ପାଣ୍ଠି ଉପଲବ୍ଧ ହେବା, ସଡ଼କ ସୁରକ୍ଷାକୁ ନିଶ୍ଚିତ କରିବା ଦୃଷ୍ଟିରୁ ଏହି ନୀତି ପ୍ରସ୍ତୁତିର ଆବଶ୍ୟକତା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ଏଥିପାଇଁ ଆନ୍ତଃ ବିଭାଗୀୟ ସଡ଼କ ସ୍ଥାନାନ୍ତର ନିମନ୍ତେ ମାର୍ଗଦର୍ଶିକା (ଏସଓପି) ରହିବା ସଂପର୍କରେ ମଧ୍ୟ ସବିଶେଷ ଆଲୋଚନା କରାଯାଇଛି ।
ବୈଠକରେସଂପୃକ୍ତ ସମସ୍ତ ବିଭାଗର ସଚିବ, ସର୍ବୋଚ୍ଚ ଯନ୍ତ୍ରୀ ଓ ପଦାଧିକାରୀ ମାନେ ଆଲୋଚନାରେ ଅଂଶଗ୍ରହଣ କରି ମତ ରଖିଥିଲେ ।ଏହି ଚିଠା ସଡ଼କ ନୀତି ପ୍ରସ୍ତୁତି ପରେ ସଂପୃକ୍ତ ସବୁ ବିଭାଗକୁ ଅବଗତ କରାଯିବା ସହ ସମସ୍ତ ଜିଲ୍ଲାପାଳ ମାନଙ୍କୁ ମଧ୍ୟ ଆବଶ୍ୟକ ଅନୁଧ୍ୟାନ ଓ ମତାମତ ପାଇଁ ପ୍ରେରଣ କରାଯିବାକୁ ବୈଠକରେ ପ୍ରସ୍ତାବ ଦିଆଯାଇଥିଲା ।
ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ପ୍ରସ୍ତାବିତ ଓଡ଼ିଶା ରାଜ୍ୟ ସଡ଼କ ନୀତି ଯେପରି ଗମନା ଗମନ, ପ୍ରୟୋଗାତ୍ମକ ଦୃଷ୍ଟିରୁ ଅଧିକ ବଳିଷ୍ଠହୋଇପାରିବ, ସେଥିପାଇଁ ଅଧିକ ଆଲୋଚନା ସହିତ ବିଶେଷଜ୍ଞ ମାନଙ୍କ ମତାମତ ନିଆଯିବାକୁ ମତ ରଖିଥିଲେ।

  • Related Posts

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    Spread the love

    Spread the loveଜେଏମଜେ ବ୍ୟୁରୋ : ଆସନ୍ତାକାଲି ପବିତ୍ର ଗଣେଶ ଚତୁର୍ଥୀ। ଧରାପୃଷ୍ଠକୁ ଓହ୍ଲାଇବେ ବିଘ୍ନହର୍ତ୍ତା, ସିଦ୍ଧିଦାତା ପ୍ରଭୁ ଶ୍ରୀଗଜାନନ। ବାପ୍ପାଙ୍କ ଆଗମନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଶେଷ ପର୍ୟ୍ୟାୟରେ ପହଞ୍ଚିଛି ପୂଜା ମଣ୍ଡପର ସାଜସଜ୍ଜା, ମୂର୍ତ୍ତି…

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    Spread the love

    Spread the loveଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶାସନ ଏବଂ ଜନସେବାର ୨୫ ବର୍ଷ ପୂରଣ କରୁଛନ୍ତି। ଏହି ଅବସରରେ ୧୭ ସେପ୍ଟେମ୍ବରରୁ ୧୭ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ସାରା ଦେଶରେ “ସେବା ସଂକଳ୍ପ ଅଭିଯାନ” ଆରମ୍ଭ ହେବ।…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 22 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 29 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 20 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 46 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 32 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 53 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ