୬ରୁ ୧୧ ତାରିଖ ମଧ୍ୟରେ ପଞ୍ଜିକରଣ କରିବେ ହବିଷ୍ୟାଳି

Spread the love

ଜେଏମଜେ ବ୍ୟୁରୋ : ଶ୍ରୀକ୍ଷେତ୍ରରେ କାର୍ତ୍ତିକ ମାସରେ ‘ରାଇଦାମୋଦର ବ୍ରତ’ ପାଳନ କରିବା ପାଇଁ ସରକାରଙ୍କ ପକ୍ଷରୁ ହବିଷ୍ୟାଳୀ ଯୋଜନା କାର୍ଯ୍ୟକାରୀ ହେଉଛି। ମୁଖ୍ୟତଃ ହବିଷ୍ୟାଳୀ ମା’ମାନଙ୍କ ରହଣି, ଶ୍ରୀଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ, ଭଜନ କୀର୍ତ୍ତନ ଶ୍ରବଣ ସାଙ୍ଗକୁ ଅନ୍ୟାନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଇଛି।ଯେଉଁମାନେ ଏହି ଯୋଜନାରେ ଆସିବେ ସେମାନଙ୍କୁ ନାମ ପଞ୍ଜୀକରଣ କରିବାକୁ ପଡିବ। ତେଣୁ ଆଗ୍ରହୀ ହବିଷ୍ୟାଳୀମାନେ ଅକ୍ଟୋବର ୬ରୁ ୧୧ ତାରିଖ ମଧ୍ୟରେ edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ କରିବେ।

ଏ ବର୍ଷ ୨, ୫୦୦ ହବିଷ୍ୟାଳୀଙ୍କୁ ରଖାଯିବ। ଚଳିତବର୍ଷ ବୃନ୍ଦାବତୀ ନିବାସ, ବଗଲା, ଅକ୍ଷୟ ପାତ୍ର ଓ ମୋଚିସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀ ମା’ମାନେ ରହିବେ। ସେମାନଙ୍କ ରହଣି ସହ ପ୍ରାତଃରୁ ବୃନ୍ଦାବତୀ ପୂଜା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ଭଜନ କୀର୍ତ୍ତନ ଇତ୍ୟାଦିର ବ୍ୟବସ୍ଥା କରାଯାଇଛି। ଆବେଦନକାରୀ ଶାରୀରିକ ଓ ମାନସିକ ଭାବେ ସୁସ୍ଥ ହୋଇଥିବେ। ବିଧବା ବ୍ରତ ଧାରିଣୀଙ୍କୁ ଓ ନୂତନ ଆବେଦନକାରୀଙ୍କୁ ପ୍ରାଧାନ୍ୟ ଦିଆଯିବ। ଅନ୍‌ଲାଇନରେ ପଞ୍ଜୀକରଣ କରିଥିବା ହବିଷ୍ୟାଳୀଙ୍କ ଯାଞ୍ଚ ପରେ ଜିଲ୍ଲାୱାରୀ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇ ସେମାନଙ୍କ ନିକଟକୁ ସ୍ୱୀକୃତି ପଠାଯିବ। ୧୭ ତାରିଖ ସୁଦ୍ଧା ନିର୍ଦ୍ଧାରିତ ରହଣୀ କେନ୍ଦ୍ରରେ ହବିଷ୍ୟାଳୀ ରହିବେ। ବିନା ପଞ୍ଜୀକରଣରେ ଅପ୍ରତ୍ୟାଶିତ ଭାବେ ହବିଷ୍ୟାଳୀ ଶିବିରକୁ ଆସୁଥିବା ବ୍ୟକ୍ତିଙ୍କ ଅନୁରୋଧକୁ ଗ୍ରହଣ କରାଯିବ ନାହିଁ। ଶିବିରରେ ହିତାଧିକାରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଅସୁସ୍ଥ ଥିଲେ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ।

ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତବର୍ଷ ହବିଷ୍ୟାଳୀଙ୍କ ସଂଖ୍ୟା କମାଇ ଦିଆଯାଇଛି। ୨୦୧୬ରେ ଯୋଜନା ଆରମ୍ଭ ପରଠାରୁ ଏହାର ଚାହିଦା ବଢ଼ୁଛି। ଫଳରେ ପ୍ରତିବର୍ଷ ହବିଷ୍ୟାଳୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଗତବର୍ଷ ପ୍ରାୟ ୩, ୨୦୦ରୁ ଅଧିକ ବ୍ରତଧାରୀ ରହୁଥିଲେ। ଏଥର କିନ୍ତୁ ସଂଖ୍ୟା କମାଇ ୨, ୫୦୦ ଭିତରେ ସୀମିତ ରଖିବାକୁ ନିଷ୍ପତ୍ତି ହୋଇଥିବାରୁ ଏହାକୁ ବିରୋଧ କରିଛନ୍ତି ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ। ସେ କହିଛନ୍ତି, ଗରିବ ହବିଷ୍ୟାଳୀ ମା’ମାନଙ୍କ ମନକଥା ବୁଝି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନା ଆରମ୍ଭ କରିଥିଲେ। ପ୍ରତିବର୍ଷ ଏହି ଯୋଜନାରେ ବ୍ରତଧାରୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଚଳିତବର୍ଷ ସଂଖ୍ୟାକୁ କମାଇ ଦିଆଯାଇଛି। ବିଜେପି ହେଉଛି ଜୁମ୍‌ଲା ସରକାର। ସେମାନେ ଗରିବ ମା’ମାନଙ୍କୁ ଶ୍ରୀକ୍ଷେତ୍ରରେ ରଖି ବ୍ରତ ପାଳନ କରିବାର ସୁବିଧା ଦେବା ମାନସିକତାରେ ନାହାନ୍ତି। ଏହି ଯୋଜନାରେ ଏଥର ବ୍ୟୟ ପରିମାଣ ବଢ଼ିଥିବା ବେଳେ ହବିଷ୍ୟାଳୀ ମା’ମାନଙ୍କ ସଂଖ୍ୟା କମାଇବା ଦୁର୍ଭାଗ୍ୟଜନକ। ଏହାଦ୍ୱାରା ଅନେକ ଯୋଜନାର ସୁଫଳରୁ ବଞ୍ଚିତ ହେବେ ବୋଲି ସେ କହିଛନ୍ତି।

  • Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 29 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 60 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 21 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 26 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ