“ସେବାତୀର୍ଥ “ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ.

Spread the love

ଜେଏମଜେ ବ୍ୟୁରୋ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ । ଏଣିକି ପିଏମଓ ସେବାତୀର୍ଥ ନାଁରେ ଜଣାଯିବ । କାରଣ ପିଏମଓର ନାଁ ବଦଳି ହୋଇଛି ସେବାତୀର୍ଥ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେବାତୀର୍ଥ ନାମରେ ନାମିତ ହେବା ସହ ବିଚାର ମଧ୍ଯ ବଦଳିଲା । ପରିବର୍ତ୍ତିତ ନାମରେ ରହିଛି ଜନକଲ୍ୟାଣ ବାର୍ତ୍ତା ।

 ଏହିକ୍ରମରେ କେନ୍ଦ୍ର ସଚିବାଳୟ ନାମ ହେଲା କର୍ତ୍ତବ୍ଯ ଭବନ । ପିଏମଓର କାର୍ଯ୍ୟଶୈଳୀ ଏବଂ ସାର୍ବଜନୀନ ସେବା ପ୍ରତି ସମର୍ପଣ ଭାବକୁ ସ୍ୱୀକୃତି ଦେଇ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ପରିବର୍ତ୍ତନର ପ୍ରାଥମିକ ଉଦ୍ଦେଶ୍ୟ ହେଉଛି ପିଏମଓକୁ ଜନସାଧାରଣଙ୍କ ପାଇଁ ଅଧିକ ସୁଲଭ କରିବା, ଯାହା ଦ୍ଵାରା ଲୋକମାନେ ସେମାନଙ୍କର ସମସ୍ୟା ଏବଂ ପରାମର୍ଶଗୁଡ଼ିକୁ ସହଜରେ କହିପାରିବେ ।

ତେବେ ସମାନ କମ୍ପ୍ଲେକ୍ସରେ ଥିବା ‘ସେବା ତୀର୍ଥ-୨’ ଏବଂ ‘ସେବା ତୀର୍ଥ-୩’ କୋଠାରେ କ୍ୟାବିନେଟ ସଚିବାଳୟ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା (NSA)ଙ୍କ ଅଫିସ ରହିବ। ପୁରୁଣା ଅଫିସରୁ ନୂଆ ଅଫିସକୁ ସ୍ଥାନାନ୍ତର ଆରମ୍ଭ ହୋଇସାରିଛି । ଗତକାଲି ଅନେକ ରାଜ୍ୟର ରାଜଭବନ ନାଁ ବଦଳିଛି । ନୂଆ ନାଁ ହୋଇଛି ଲୋକଭବନ ।

ସେପଟେ ଖାଲି ପିଏମଓ ନାଁ ନୁହେଁ ଏହା ପୂର୍ବରୁ ମୋଦୀ ସରକାର ଦିଲ୍ଲୀରେ ରାଜପଥର ନାଁ ବି ପରିବର୍ତ୍ତନ କରିଥିଲେ । ଯାହାକୁ ରାଜପଥ ବଦଳରେ ‘କର୍ତ୍ତବ୍ୟ ପଥ’ ବୋଲି ନାମିତ କରାଯାଇଥିଲା । ସେହିପରି ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଆବାସକୁ ସେଭେନ୍ ରେସକୋର୍ସ ରୋଡ୍ ବୋଲି କୁହାଯାଉଥିଲା । ହେଲେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହେବା ପରେ ୨୦୧୬ରେ  ଏହାର ମଧ୍ୟ ନାମ ପରିବର୍ତ୍ତନ କରିଥିଲେ । ସେଭେନ୍ ରେସକୋର୍ସ ରୋଡ୍ ବଦଳରେ ସେତେବେଳେ ଏହାକୁ ‘ଲୋକ କଲ୍ୟାଣ ମାର୍ଗ’ ନାଁରେ ନାମିତ କରାଯାଇଥିଲା । ଯାହାର ଉଦ୍ଦେଶ୍ୟ ଥିଲା ଲୋକଙ୍କ ସେବା ଆଉ କଲ୍ୟାଣ ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ