ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କା ଦେବେ ରାଜ୍ୟ ସରକାର

Spread the love


ଜେଏମଜେ ବ୍ୟୁରୋ : ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହ ଧନୁଯାତ୍ରାରେ ଅଭିନୟ କରୁଥିବା ପ୍ରାୟ ୨୦୦ ଜଣ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ।
ଡିସେମ୍ବର ୨୪ ତାରିଖରୁ ଆରମ୍ଭ ହେବ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ୨୦୨୬ ଜାନୁଆରି ୩ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଦୁଲୁକିବ ବିଶ୍ଵର ସବୁଠାରୁ ବଡ଼ ମୁକ୍ତାକାଶ ରଙ୍ଗମଞ୍ଚ। ଧନୁଯାତ୍ରାର ବ୍ୟାପକ ପ୍ରଚାର ଓ ପ୍ରସାର ନିମନ୍ତେ ଏଲଇଡି ପରଦା ମାଧ୍ୟମରେ ଧନୁଯାତ୍ରାର ସିଧାପ୍ରସାରଣ ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ବିଭିନ୍ନ ରାଜ୍ୟରେ ମଧ୍ୟ ଏଲଇଡି ପରଦା ମାଧ୍ୟମରେ ଧନୁଯାତ୍ରାର ସିଧାପ୍ରସାରଣ କରାଯିବ।

ବୈଠକର ନିଷ୍ପତ୍ତି ଅନୁସାରେ ବରଗଡ଼ ସହରର ମୁଖ୍ୟ ପ୍ରବେଶ ଦ୍ୱାରାଗୁଡ଼ିକରେ ଧନୁଯାତ୍ରା ଥିମ୍ ସମ୍ବନ୍ଧୀୟ ଗେଟ୍ ନିର୍ମାଣ କରାଯାଇଯିବ। ଧନୁଯାତ୍ରା ସମୟରେ ପୁରୀ ଏବଂ ଭୁବନେଶ୍ୱରରୁ ବରଗଡ଼କୁ ସ୍ୱତନ୍ତ୍ର ଟୁରିଷ୍ଟ ବସ୍‌ ଚାଲିବ।

ଏହା ସହ ଧନୁଯାତ୍ରା ସମ୍ବନ୍ଧୀୟ ସମସ୍ତ ତଥ୍ୟ ପ୍ରଦାନ କରିବା ନିମନ୍ତେ ଏକ ସ୍ୱତନ୍ତ୍ର ୱେବସାଇଟ କରାଯିବ, ଯେଉଁଥିରେ ଧନୁଯାତ୍ରାର ଚିତ୍ରାୟନ, ସମସ୍ତ ଦୃଶ୍ୟାବଳୀ, ସହରରେ ଥିବା ପ୍ରମୁଖ ହୋଟେଲ, ପାର୍କିଂ ସ୍ଥାନ, ମହୋତ୍ସବ ସ୍ଥାନ ସମ୍ବନ୍ଧୀୟ ବିବରଣୀ ଏବଂ ଜିପିଏସ ସିଷ୍ଟମକୁ ସ୍ଥାନିତ କରାଯିବ। ଏହା ଦ୍ୱାରା ଲୋକଙ୍କୁ ସହଜରେ ସମସ୍ତ ତଥ୍ୟ ମିଳିପାରିବ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଧନୁଯାତ୍ରା ବିଷୟରେ ସଚେତନତା ସୃଷ୍ଟି କରିବା ଲାଗି ୱେବସାଇଟରେ କ ଡିଜିଟାଲ କୁଇଜ ପ୍ରତିଯୋଗିତା କରାଯିବା ସହ ଡିଜିଟାଲ ପ୍ରମାଣପତ୍ର ପ୍ରଦାନ ପାଇଁ ବ୍ୟବସ୍ଥା ରହିବ।

ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, “ଆମ ଗୌରବମୟ ସଂସ୍କୃତି ଓ ଐତିହ୍ୟର ଜୟଯାତ୍ରା ହେଉଛି ଧନୁଯାତ୍ରା। ଏହି ସମୟରେ ବରଗଡ଼ ସହରକୁ ମଥୁରା ନଗରୀ, ଅମ୍ବାପାଲି ଅଞ୍ଚଳକୁ ଗୋପପୁର, ଜୀରା ନଦୀକୁ ଯମୁନା ନଦୀର ନାମରେ ନାମିତ କରାଯାଏ। ଚଳିତ ବର୍ଷ ଧନୁଯାତ୍ରା ମହୋତ୍ସବକୁ ଆହୁରି ଦିବ୍ୟ, ଭବ୍ୟ ଓ ଆଡ଼ମ୍ବର ସହକାରେ ପାଳନ କରାଯିବ।”

ବୈଠକରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ବିଜେପୁର ବିଧାୟକ ସନତ କୁମାର ଗର୍ତିଆ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଈରାଶିଷ ଆଚାର୍ଯ୍ୟ, ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ପଦ୍ମପୁର ବିଧାୟକ ବର୍ଷା ସିଂ ବରିହା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ବିଜୟ କେତନ ଉପାଧ୍ୟାୟ, ସ୍ୱତନ୍ତ୍ର ଶାସନ ସଚିବ ଦେବ ପ୍ରସାଦ ଦାଶ, ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ପ୍ରମୁଖ ଉପସ୍ଥିତ ଥିଲେ।

  • jmjnewso

    Related Posts

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    Spread the love

    Spread the loveଭୁବନେଶ୍ୱର :ଜେଏମଜେ ନ୍ୟୁଜ : ଆଇଏଏସ ସ୍ତରରେ ପୁଣି ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ନୂଆ ଦାୟିତ୍ୱ ଅନୁଯାୟୀ, ସୂର୍ଯ୍ୟ ନାରାୟଣ ଦାସ, ସୌଦାମିନୀ ସେଠୀ ଏବଂ ଶୁଭ୍ରା ମହାନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଯୁଗ୍ମ…

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ଓଡ଼ିଶାରେ “ନଶାମୁକ୍ତ ଭାରତ ଅଭିଯାନ”(ଏନ୍ଏମ୍ବିଏ), ନିଶାଦ୍ରବ୍ୟର ଚାହିଦା ହ୍ରାସ, ନିଶାଦ୍ରବ୍ୟର ଅବୈଧ କାରବାର ବିରୋଧରେ ପ୍ରବର୍ତ୍ତନ, ପୁନର୍ବାସ ଏବଂ ଜନସଚେତନତା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମୀକ୍ଷା…

    Leave a Reply

    Your email address will not be published. Required fields are marked *

    You Missed

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 29 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 36 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 42 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 36 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 68 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 43 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ