ପଞ୍ଚାୟତ ଅଫିସ୍‌ରେ ଚାଲିବ ପୋଷ୍ଟ ଅଫିସ୍‌: ସବୁ ଜିଲାପାଳଙ୍କୁ ଅତିରିକ୍ତ ସଚିବଙ୍କ ଚିଠି

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟର ପ୍ରତି ପଞ୍ଚାୟତ ଅଫିସ୍‌କୁ ପୋଷ୍ଟ ଅଫିସ୍‌ ଶାଖାଗୁଡ଼ିକ ସ୍ଥାନାନ୍ତରିତ ହେବ। ଏନେଇ ପୂର୍ବରୁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗତ ଜୁନ୍‌ ୬ ତାରିଖରେ ଚିଠି କରାଯାଇଥିଲା। ହେଲେ ଗତ ମାସ ୧୭ ତାରିଖ ସୁଦ୍ଧା ରାଜ୍ୟର ୫୭୩ଟି ଶାଖା ପୋଷ୍ଟ ଅଫିସ୍‌ ମଧ୍ୟରୁ ମାତ୍ର ୭୧ଟି ପଞ୍ଚାୟତ ଅଫିସ୍‌କୁ ସ୍ଥାନାନ୍ତର ହୋଇଛି।

ଆସନ୍ତା ୨୦ ସୁଦ୍ଧା ବ୍ରାଞ୍ଚ ପୋଷ୍ଟ ଅଫିସ୍‌ ସ୍ଥାନାନ୍ତର କରିବା ଲାଗି ଜିଲାପାଳମାନଙ୍କୁ କୁହାଯାଇଛି। ଏ ସମ୍ପର୍କରେ ଗତ ବୁଧବାର ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ସୂର୍ଯ୍ୟ ନାରାୟଣ ଦାଶ ରାଜ୍ୟର ସବୁ ଜିଲାପାଳଙ୍କୁ ଚିଠି ଲେଖି କହିଛନ୍ତି, ଗତ ମାସ ୨୫ ତାରିଖରେ ଓଡ଼ିଶାର ମୁଖ୍ୟ ପୋଷ୍ଟ ମାଷ୍ଟର ଜେନେରାଲ୍‌ଙ୍କ ଚିଠି ମୁତାବକ ରାଜ୍ୟର ବ୍ରାଞ୍ଚ ପୋଷ୍ଟ ଅଫିସ୍‌ ପ୍ରତି ପଞ୍ଚାୟତ ବିଲ୍ଡିଂ କିମ୍ବା ସିଜିଏଚ୍‌ଏସ୍‌ ସେଣ୍ଟର, ସରକାରୀ ସ୍କୁଲ୍‌, ଅଙ୍ଗନଓ୍ବାଡି କେନ୍ଦ୍ର, ପିଏଚ୍‌ସି କିମ୍ବା ସିଏଚ୍‌ସିରେ ସ୍ଥାନିତ କରିବା ଲାଗି ବ୍ୟବସ୍ଥା କରାଯାଉ। ଏହାଦ୍ୱାରା ଗ୍ରାମାଞ୍ଚଳ ଲୋକମାନେ ପୋଷ୍ଟାଲ୍‌ ସେବା ସହଜରେ ପାଇପାରିବେ। ପୋଷ୍ଟ ଅଫିସ୍‌ ଚଳାଇବା ପାଇଁ ଭଡ଼ା ଦେବାକୁ ପଡ଼ିବ ନାହିଁ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 75 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 50 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ