ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ, ଆଜି ସନ୍ଧ୍ୟା ୬ଟାରୁ ଲାଗୁ

Spread the love

ଜେଏମଜେ ବ୍ୟୁରୋ : ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ପରଠୁ ମୁହାଁମୁହିଁ ହୋଇଛନ୍ତି ମାଲକାନଗିରିର ଦୁଇ ଗାଁ ବାସୀ। ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ଲାଗି ରହିଛି ଉତ୍ତେଜନା । ତେଣୁ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମଭି-୨୬ ଓ ରାଖେଲଗୁଡ଼ା ଗାଁରେ ଗଣ୍ଡଗୋଳ ପରେ ପ୍ରଶାସନ ଏହି କଟକଣା ଲଗାଇଛି। ଆଜି ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ଏ ନେଇ ସୂଚନା ଦେଇଛନ୍ତି। ଘଟଣାସ୍ଥଳକୁ ରବିବାର ରାତିରେ ଡିଆଇଜି ପରିଦର୍ଶନ କରି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି

ସୂଚନାଥାଉକି, ୪ ଦିନ ତଳେ ପୋଟେରୁ ନଦୀରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିଥିଲା। ଏହାକୁ ନେଇ ରାଖାଲଗୁଡ଼ା ଓ ଏମଭି-୨୬ ଗାଁ ମଧ୍ୟରେ ଉତ୍ତେଜନା ଦେଖିବାକୁ ମିଳିଛି। ରାଖାଲଗୁଡ଼ା ଗାଁର ଲୋକେ ସନ୍ଦେହ କରୁଛନ୍ତି ଯେ ଏମଭି-୨୬ ଗାଁର କିଛି ଲୋକ ପୁରୁଣା ଜମି ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ଘଟାଇଛନ୍ତି । ପୋଲିସ ହତ୍ୟାକାରୀଙ୍କୁ ଗିରଫ ନ କରିବାରୁ ଏବଂ କଟା ମୁଣ୍ଡ ଉଦ୍ଧାର ନ ହେବାରୁ ରାଖାଲଗୁଡ଼ା ଗାଁ ଲୋକେ ରାଗି ଯାଇଥିଲେ । କିଛି ଲୋକ ଏମଭି ୨୬ ଗ୍ରାମରେ ନିଆଁ ଲଗାଇ ଦେବା ସହ ଘର ଭାଙ୍ଗି ଦେଇଥିଲେ। ଘଟଣା ସ୍ଥଳରେ ଡିଆଇଜି,ଏସପି, ଜିଲ୍ଲାପାଳ ଓ ଅନ୍ୟାନ ଅଧିକାରୀ ପହଞ୍ଚି ଉଭୟ ଗ୍ରାମବାସୀଙ୍କୁ ବୁଝାଇଥିଲେ ।

ଘଟଣାସ୍ଥଳରେ ପରିସ୍ଥିତି ନିୟନ୍ତ୍ରଣ ଥିଲେ ମଧ୍ୟ ଉଭୟ ଗୋଷ୍ଠୀମଧ୍ୟରେ ଚାପା ଉତ୍ତେଜନା ଲାଗିରହିଛି। ଉଭୟ ଗାଁରେ BNS ଧାରା 163 ଜାରି କରାଯାଇଛି । ୪ଦିନ ପାଇଁ ସ୍କୁଲି ଛୁଟି ଘୋଷଣା କରାଯାଇଛି ।

  • jmjnewso

    Related Posts

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ