କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ

Spread the love

ଜେଏମଜେ ବ୍ୟୁରୋ : କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି। ଯେଉଁମାନେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ନିରବିଚ୍ଛନ୍ନ ଭାବେ ୬ବର୍ଷ କାର୍ଯ୍ୟ କରିଛନ୍ତି ଓ ସେମାନଙ୍କର ଶିକ୍ଷାଦାନରେ ସରକାର ସନ୍ତୁଷ୍ଟ ହୋଇଛନ୍ତି, ସେମାନଙ୍କୁୁ ନିୟମିତ କରିବା ପାଇଁ ଥିବା ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି।
ଚିଠିରେ ଉଲ୍ଲେଖ କରାଯାଇଛି ଯେ, ୯୨୦୦ କନିଷ୍ଠ ଶିକ୍ଷକଙ୍କୁ ସହକାରୀ ଶିକ୍ଷକ ଗ୍ରେଡ୍‌ ଲେଭଲ-୫ (ଏ) ପ୍ରାଥମିକ କ୍ୟାଡର ଭୁକ୍ତ କରାଯାଇ ନିୟମିତ କରାଯିବ। ଶିକ୍ଷା ସହାୟକ ତଥା କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ବିଭାଗ ପକ୍ଷରୁ ୨୦୧୧ ମସିହାରେ ହୋଇଥିବା ଚିଠି ଅନୁଯାୟୀ ସୁବିଧା ଦିଆଯିବ।

ଓଆର୍‌ଏସ୍‌ପି ୨୦୧୭ ଅନୁଯାୟୀ ଲେଭଲ- 6th ପେ’ ସ୍କେଲ୍‌ ପ୍ରଦାନ କରାଯିବ। ୬ବର୍ଷ ପୂରଣ କରିଥିବା ଦିନଠାରୁ ହିଁ ବକେୟା ଭାବେ ଦରମା ପ୍ରଦାନ କରାଯିବ। ଅଣତାଲିମପ୍ରାପ୍ତ ଏବଂ ଓଟିଇଟି ଉତ୍ତୀର୍ଣ୍ଣ ହୋଇ ନ ଥିଲେ ସେମାନଙ୍କୁ ନିୟମିତ ପ୍ରକ୍ରିୟାରେ ସାମିଲ କରାଯିବ ନାହିଁ। ତେବେ ନିୟମିତ ନିଯୁକ୍ତିପତ୍ର ଦେବା ପୂର୍ବରୁ ଜିଲା ପ୍ରକଳ୍ପ ସଂଯୋଜକ ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର, ତାଲିମ ପ୍ରମାଣପତ୍ର ଏବଂ ଜାତିଗତ ପ୍ରମାଣପତ୍ର ଆଦି ଯାଞ୍ଚ କରିବା ସହ ବିଭାଗ ନିକଟରେ ଦାଖଲ କରିବାକୁ ସୁନିଶ୍ଚିତ କରିବେ ବୋଲି ଜଣାଯାଇଛି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 29 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 60 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 21 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 26 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ