ଶ୍ରୀଜଗନ୍ନାଥ ମନ୍ଦିରର ୨୦୨୬ କ୍ୟାଲେଣ୍ଡର୍ ଓ ଡାଏରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

Spread the love

ଭୁବନେଶ୍ୱର:(ଜେଏମଜେ ନ୍ୟୁଜ): ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି।

କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି। ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଉଭୟ କ୍ୟାଲେଣ୍ଡରରେ ବାଲୁକା କଳା, ପଟ୍ଟଚିତ୍ର, ତାଳପତ୍ର ଖୋଦେଇ ଏବଂ ପାରମ୍ପରିକ ପଥର ଖୋଦେଇ ଚିତ୍ର ମାଧ୍ୟମରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଓ ରଥଯାତ୍ରା ସମ୍ବନ୍ଧୀୟ ଭବ୍ୟ ଚିତ୍ର ଗୁଡିକ ଉପସ୍ଥାପିତ କରାଯାଇଛି। ଆଗାମୀ ଦୁଇ, ତିନି ଦିନ ପରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କୁ ବିକ୍ରୟ ନିମନ୍ତେ ଉପଲବ୍ଧ ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପ୍ରଶାସନର ସ୍ୱତନ୍ତ୍ର ଡାଏରୀ ମଧ୍ୟ ଉନ୍ମୋଚନ କରିଥିଲେ।

ଏହି ଅବସରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ଆରକ୍ଷୀ ଅଧିକ୍ଷକ ପ୍ରତୀକ ସିଂହ, ଶ୍ରୀମନ୍ଦିର ପ୍ରଶାସକ (ଉନ୍ନୟନ) ଦେବବ୍ରତ ସାହୁ ଏବଂ ଶ୍ରୀମନ୍ଦିର ପ୍ରଶାସକ (ନୀତି) ଜିତେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ